Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଅଜଣା ଟ୍ରାକ୍ଟର ଧକ୍କାରେ ୩ ଯୁବକ ଗୁରୁତର, ଦେବଦୂତ ସାଜି ମେଡ଼ିକାଲରେ ଭର୍ତ୍ତିକଲେ ଥାନା ଅଧିକାରୀ

27/11/2021 at 9:59 PM

ପାଟଣା ୨୭/୧୧ : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ପାଟଣା ବଜାର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଅଜଣା ଟ୍ରାକ୍ଟର ସହିତ ଏକ ବାଇକ୍ର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ତିନିଜଣ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ହେଲେ ପାଟଣା ଥାନା ବେଗନା ଗ୍ରାମର  ରାଜା ସେଠୀ( ୧୮), ଅଭୟ ସେଠୀ (୧୮) ଓ ସୁଜ୍ଞାନ୍ତ ସେଠୀ (୧୮) ଏମାନେ ବାଇକ ଯୋଗେ ପାଟଣା ବଜାରରୁ ନିଜ ଗ୍ରାମ ବେଗନାକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ମୁହାଁମୁହିଁ ତାଙ୍କୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ତେବେ ସେମାନଙ୍କୁ ଗୁରୁତର ଅବସ୍ଥାରେ ପାଟଣା ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁ ସ୍ଥାନୀୟ ଲୋକଙ୍କ ସହାୟତାରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତିନିଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

   Related Posts