Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ, କାର୍ ଜାଳିଦଲେ ଉତ୍ତ୍ୟକ୍ତଲୋକ

15/01/2020 at 3:24 PM

ବଡବିଲ ୧୫।୧: କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ପରେ ଉତ୍ତ୍ୟକ୍ତ ଲୋକେ କାର୍ ଜାଳିଦେଇଛନ୍ତି । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଶଙ୍କରପୁର ଛକ ନିକଟରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ମୟୁରଭଞ୍ଜ ଜିଲ୍ଲା ଘାଗରବେଡା ଥାନା ଅନ୍ତର୍ଗତ ଶଙ୍କରପୁର ଗାଁର ଚେମା ପାତ୍ର ନିଜ ବାଇକ୍ ଯୋଗେ ତଳବେଡା ସ୍ଥିତ ଶ୍ବଶୁର ଘରୁ ନିଜ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ହୋଇଛି । ତେବେ ରାତି ପ୍ରାୟ ୯ଟା ବେଳେ ଚମ୍ପୁଆ ଶଙ୍କରପୁର ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଓଡି ୦୨ ଏଏସ୍ ୧୭୫୯ ନମ୍ବର ବିଶିଷ୍ଟ କାର୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଗୁରୁତର ଅବସ୍ଥାରେ ଚେମା ପାତ୍ରଙ୍କୁ ଚମ୍ପୁଆ ଡାକ୍ତରଖାନାକୁ ନିଆଯାଇଥିଲେ ହେଁ ଚିକିତ୍ସାଧିକ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ସେପଟେ କାରଟି ରାସ୍ତା କଡକୁ ଖସି ଯାଇଥିବା ବେଳେ, କାରରେ ଥିବା ଯାତ୍ରୀ ଗାଡିକୁ ଛାଡି ପଳାଇ ଯାଇଥିଲେ ।

ତେବେ ଆଜି ସକାଳ ପ୍ରାୟ ୮ଟା ବେଳେ, କିଛି ବ୍ୟକ୍ତି କାରକୁ ଭଙ୍ଗାରୁଜ୍ଜା କରିବା ସହ ନିଆଁ ଲାଗାଇ ପୋଡି ଦେଇଥିଲେ । ସୂଚନା ପାଇ ଦମକଳ ଗାଡି ପହଁଚି ନିଆଁକୁ ଆୟତ୍ତ କରିବା ବେଳକୁ ଗାଡିଟି ସଂପୂର୍ଣ୍ଣ ଜଳିଯାଇଛି । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଁଚି ଛାନଭିନ୍ ଚଳାଇଛି ।

   Related Posts