Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ବାଇକ୍, ଘଟଣାସ୍ଥଳରେ ଚାଲିଗଲା ଚାଳକଙ୍କ ଜୀବନ

5/07/2021 at 10:07 AM

ଚାନ୍ଦବାଲି ୫।୭: ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ବାଇକ୍ । ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଖେରଙ୍ଗ ବାହାରପାଳ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ବାଇକ୍ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତ ଯୁବକ ଚାନ୍ଦବାଲି ଚଡଦିଆ ଗ୍ରାମର ହାଡିବନ୍ଧୁ ମହାଳିକଙ୍କ ପୁଅ ଗୌତମ ମହାଳିକ ବୋଲି ଜଣାପଡିଛି। ବାଇକ୍ ଚାଳକ ଭଦ୍ରକରୁ ଚାନ୍ଦବାଲି ଫେରୁଥିବା ସମୟରେ ବାହାରପାଳ ଛକ ନିକଟରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲେ ।

ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିବା ପରେ ସ୍ଥାନୀୟବାସୀ ଦେଖି ପିରାହାଟ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳକୁ ଆସି ଶବ ଜବତ କରିବା ସହିତ ଅଧିକ ତଦନ୍ତ ଆରମ୍ଭ କରିଛି ।

   Related Posts