Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ପିକଅପ୍ ଭ୍ୟାନ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

13/10/2020 at 3:16 PM

ବାସୁଦେବପୁର ୧୩।୧୦: ଭଦ୍ରକ ଜିଲ୍ଲାରେ ପିକଅପ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଉପରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ପଦ୍ମପୁର ପଂଚାୟତର ରୁକୁଣାଦେଇପୁର ଗ୍ରାମର ଆଲୋକ ବାରିକ୍ ପଦ୍ମପୁର ଛକକୁ ଔଷଧ କିଣିବାକୁ ଆସିଥିବା ବେଳେ ପଦ୍ମପୁର ଛକଠାରେ ବାସୁଦେବପୁରରୁ ଭଦ୍ରକ ଅଭିମୁଖେ ଦ୍ରୁତଗତିରେ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ଆଲୋକକୁ ଧକ୍କା ଦେଇଥିଲା । ପରେ ଗାଡିଟି ନଈ ଭିତକୁ ଓଲଟି ପଡିଥିଲା । ଗୁରୁତର ଅବସ୍ଥାରେ ଆଲୋକକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଭଦ୍ରକ ଡାକ୍ତରଖାନା ନେଇଯାଇଥିଲେ । ହେଲେ ସେଠାରେ ଆଲୋକକୁ ଡାକ୍ତର ମୃତ ଘୋଷଣା କରିଥିଲେ । ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଚିକିତ୍ସାଧିନ ଅଛନ୍ତି ।

ଅନ୍ୟପକ୍ଷରେ ଆଲୋକର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଉତ୍ତେଜିତ ଲୋକେ ଭଦ୍ରକ ବାସୁଦେବପୁର ମୁଖ୍ୟରାସ୍ତାର ପଦ୍ମପୁର ଛକଠାରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ସହିତ ବିଭିନ୍ନ ଦାବି ନେଇ  ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଖବରପାଇ ବାସୁଦେବପୁର ପୋଲିସ ଘଟଣାସ୍ଥଳରେ ପହଁଚି ଲୋକମାନଙ୍କୁ ବୁଝାସୁଝା କରିଥିଲେ ।

   Related Posts