Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର

5/03/2021 at 11:09 AM

ଆଠଗଡ ୫।୩: ଆଠଗଡ ଖୁଣ୍ଟୁଣୀ ଇଲେକ୍ଟ୍ରିକ୍ ଗ୍ରୀଡ୍ ନିକଟସ୍ଥ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ‘ନିଶା’ ନାମକ ଘରୋଇ ବସ୍ । ବସଟି ଅନୁଗୋଳରୁ ଭୁବନେଶ୍ଵର ଯାଉଥିବା ବେଳେ ଖୁଣ୍ଟୁଣୀ ଇଲେକ୍ଟ୍ରିକ୍ ଗ୍ରୀଡ୍ ସାମ୍ନାରେ ଜଣେ ବାଇକ୍ ଆରୋହୀଙ୍କୁ  ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀ ଜଣଙ୍କର ମୃତ୍ୟୁ ହୋଇଛି । ବାଇକ୍ ଆରୋହୀ ଜଣଙ୍କ ଆଠଗଡ଼ ତୋଟାପଡ଼ା ଗ୍ରାମର  ପ୍ରଦୀପ ସାହୁ ବୋଲି ଜଣାପଡିଛି ।

ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଏହି ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗିରହିଛି  । ଘଟଣାସ୍ଥଳରେ ଖୁଣ୍ଟୁଣୀ ପୋଲିସ ପହଞ୍ଚି  ତଦନ୍ତ ଆରମ୍ଭ କରିଛି ।

   Related Posts