Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂଙ୍କ ପରଲୋକ, ୮୭ ବର୍ଷରେ ତ୍ୟାଗ କଲେ ଶେଷ ନିଶ୍ୱାସ

8/07/2021 at 7:38 AM

ସିମଲା, ୦୮|୦୭ : ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ବୀରଭଦ୍ର ସିଂଙ୍କ ପରଲୋକ । ବୀରଭଦ୍ର ୮୭ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ ରୋଗାଗ୍ରସ୍ତ ଥିବା ବେଳେ ଗୁରୁବାର ଭୋର ୩ଟା ୪୦ ମିନିଟରେ ସିମଲା ସ୍ଥିତ ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ୍ ଆଣ୍ଡ ହସ୍ପିଟାଲରେ ସେ ଇହଲୀଳା ସମ୍ପନ୍ନ କରିଛନ୍ତି ।

ବୀରଭଦ୍ର ପ୍ରାୟ ୨ ମାସ ଧରି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେ ୨ ଥର କରୋନାକୁ ମାତ୍ ଦେଇଥିଲେ । ତେବେ ଗତ ୨ ସପ୍ତାହ ହେବସେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରୁଥିଲେ । ଏହାପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।

ସୂଚନାଯୋଗ୍ୟ, ବୀରଭଦ୍ର ୬ ଥର ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ରହିଥିଲେ । ଅର୍ଥାତ ହିମାଚଳ ରାଜନୀତିରେ ତାଙ୍କର ଦବଦବା ଅଧିକ ରହିଥିଲା । ଆହୁରି ମଧ୍ୟ ସେ ୯ ଥର ବିଧାୟକ ରହିଥିଲେ । ୫ ଥର ସଂସଦକୁ ମଧ୍ୟ ନିର୍ବାଚିତ ହୋଇଥିଲେ ବୀରଭଦ୍ର ।

ବୀରଭଦ୍ରଙ୍କୁ ୨୦୦୯ରେ ମନମୋହନ ସିଂଙ୍କ ସରକାରରେ ଇସ୍ପାତ ମନ୍ତ୍ରୀ ଦାୟିତ୍ୱ ମିଳିଥିଲା । ସେ ପ୍ରଥମ ଥର ୧୯୮୩ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ । ଏହାପରେ ୧୯୯୦ ଯାଏଁ ୨ ଥର ଏହି ପଦରେ ରହିଥିଲେ । ୧୯୯୩ରୁ ୧୧୯, ୨୦୦୩ରୁ ୨୦୦୭ ଓ ୨୦୧୭ରୁ ୨୦୧୭ ଯାଏଁ ମଧ୍ୟ ସେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ ।  

   Related Posts