Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ବାର୍ଡ଼ ଫ୍ଲୁ ଭୟ : ଆଜି ବି ଜାରି ରହିବ କୁକୁଡ଼ା ମରା ଅଭିଯାନ

30/01/2020 at 9:47 AM

ଭୁବନେଶ୍ବର ୩୦/୧: OUATରେ ବାର୍ଡ ଫ୍ଲୁ ଆତଙ୍କ ପରେ ଜାରି ରହିଛି କୁକୁଡା ମରା ଅଭିଯାନ । ଓୟୁଏଟିରୁ ୧ କିଲୋମିଟର ପରିଧି ମଧ୍ୟରେ କୁକୁଡା ମରାଯାଉଛି । ୧ ରୁ ୧୦ କିଲୋମିଟର ବ୍ୟାସାର୍ଦ୍ଧ ମଧ୍ୟରେ ସ୍ଥିତିର ତଦାରଖ କରାଯାଉଛି । ଅନ୍ୟ ଅଞ୍ଚଳକୁ ଯେପରି ବାର୍ଡ ଫ୍ଲୁ ନବ୍ୟାପେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଉଛି । ସେପଟେ ଘଟଣାର ଅନୁଧ୍ୟାନ ପାଇଁ ଆଜି ସ୍ଥିତି ପରଖିବାରକୁ ଆଜି ଆସୁଛି କେନ୍ଦ୍ରୀୟ ଟିମ୍ ।

ବାର୍ଡ ଫ୍ଲୁ ଆତଙ୍କ ପରେ ଚିଲିକା ଓ ଭିତରକନିକାକୁ ଆସୁଥିବା ବିଦେଶାଗତ ପକ୍ଷୀଙ୍କ ଉପରେ ନଜର ରଖାଯାଇଛି। ଚିଲିକା, ନଳବଣ ପକ୍ଷୀ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବିଦେଶାଗତ ପକ୍ଷୀଙ୍କ ନମୁନା ସହ କୁକୁଡ଼ା, ବତକ ଆଦିର ରକ୍ତ, ମଳ ଓ ଲାଳ ଆଦି ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୋପାଳ ପଠାଯାଇଛି। ସେପଟେ ଭୁବନେଶ୍ବରରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ସାରା ରାଜ୍ୟର କୁକୁଡା ଚାଷୀ ଆତଙ୍କିତ । କାରଣ ଏହା ବ୍ୟବସାୟକୁ ଏବେଠୁ ମାନ୍ଦା କରିଦେଲାଣି ।

   Related Posts