Monday, July 15, 2019

News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପାଟକୁରା ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲେ ଉଭୟ ବିଜେପି ଓ ବିଜେଡି

ଭୁବନେଶ୍ବର ୧୧|୭: କେନ୍ଦ୍ରାପଡ଼ା ପାଟକୁରା ନିର୍ବାଚନ ପୁଣି ଥରେ ରାଜ୍ୟ ରାଜନୀତି ପାଣିପାଗ ସରଗରମ କରିଦେଇଛି । ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ବିଜେପି ଓ ବିଜେଡ଼ି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି । ଉଭୟ ଦଳ ଆଜି ଷ୍ଟାର ପ୍ରଚାରକ ତାଲିକା ଜାରି କରିଛନ୍ତି ।

ବିଜେଡ଼ି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି । ଷ୍ଟ୍ରାର ପ୍ରଚାର ତାଲିକାରେ ପ୍ରଥମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହିଛନ୍ତି । ସେହିପରି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ପ୍ରତାପ ଜେନା, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ପାଣିଗ୍ରାହୀ, ସଞ୍ଜୟ ଦାସବର୍ମା, ଅରୁଣ କୁମାର ସାହୁ, ପ୍ରଣବ ପ୍ରକାଶ ଦାସ, ସୁଶାନ୍ତ ସିଂ, ଦିବ୍ୟଶଙ୍କର ମିଶ୍ର, ରଘୁନନ୍ଦନ ଦାସ, ଅରବନ୍ଦି ଢାଲି ଓ ଶାରଦା ନାୟକ ଅଛନ୍ତି ।

ସେହିପରି ବିଜେପିର ୪୦ ଜଣିଆ ତାଲିକାରେ ବିଧାୟକ, ସାଂସଦ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ସାମିଲ କରାଯାଇଛି । ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ସମ୍ବିତ ପାତ୍ର, ବସନ୍ତ ପଣ୍ଡା, ବିଶ୍ୱଭୂଷଣ ହରିଚନ୍ଦନ, କେଭି ସିଂହଦେଓ, ଅପରାଜିତା ଷଡ଼ଙ୍ଗୀ, ସଙ୍ଗୀତା ସିଂହଦେଓ, ଶ୍ରୀତମ ଦାସ, ହରିହର ମହାପାତ୍ର, ଅନୁ ଚୌଧୁରୀ ଓ ପିଙ୍କି ପ୍ରଧାନ ପ୍ରମୁଖ ରହିଛନ୍ତି ।

ଆସନ୍ତା ୧୭ ତାରିଖରେ ପାଟକୁରା ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କ ପାଇଁ ଖୋଦ୍ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ପ୍ରଚାର ମଇଦାନକୁ ଓହ୍ଲାଇବେ । ଏବେ ଦଳର ବହୁ ହେଭିୱେଟ୍ ନେତା ଦଳୀୟ ପ୍ରାର୍ଥୀଙ୍କ ପାଇଁ ପାଟକୁରାରେ ଡେରା ପକାଇଛନ୍ତି । ସେହିପରି ବିଜେପି ମଧ୍ୟ ବହୁ ହେଭିୱେଟ୍ ନେତାଙ୍କୁ ବିଜୟ ମହାପାତ୍ରଙ୍କ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ।

166 Views

   ସମ୍ବନ୍ଧିତ ଖବର