Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଜେଡି ପକ୍ଷରୁ ୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ବ

26/06/2021 at 1:07 PM

ଭୁବନେଶ୍ବର ୨୬।୬: ବିଜେଡି ଦଳ ପକ୍ଷରୁ ୩୦ ଜିଲ୍ଲାର ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତି ସହ ଜିଲ୍ଲାସ୍ତରୀୟ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି । ଏହି ବରିଷ୍ଠ ପର୍ଯ୍ୟବେକ୍ଷକ ତାଲିକାରେ ରହିଛନ୍ତି ୬ ଜଣ । ଏହି ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନରବଙ୍ଗପୁର, ରାୟଗଡା ଓ ଗଜପତି ଦାୟିତ୍ବ ଦିଆଯାଇଛି । ଦେବୀପ୍ରସାଦ ମିଶ୍ର ଗଞ୍ଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ବ ସମ୍ଭାଳିବେ । ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ ଦାୟିତ୍ବ ପ୍ରଦାନ କରାଯାଇଛି ।

ସେହିପରି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଦାୟିତ୍ବ ଦିଆଯାଇଛି । ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଦାୟିତ୍ବ । ମହେଶ୍ବର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଦାୟିତ୍ବ ପ୍ରଦାନ କରାଯାଇଛି ।

   Related Posts