Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବିଜେଡ଼ିର ପ୍ରାର୍ଥୀ ଘୋଷଣା : ବାଲେଶ୍ୱର ସଦରରୁ ସ୍ୱରୁପ ଦାସ, ତିର୍ତ୍ତୋଲରୁ ବିଜୟ ଶଙ୍କର ଦାସ

12/10/2020 at 1:38 PM

ଭୁବନେଶ୍ୱର ୧୨।୧୦ : ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା । ଓଡିଶାରେ ହେବାକୁ ଥିବା ୨ଟି ଆସନ ପାଇଁ ଉପ-ନିର୍ବାଚନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରିଛି । ବାଲେଶ୍ୱର ସଦରରୁ ସ୍ୱରୁପ କୁମାର ଦାସ ଓ ତିର୍ତ୍ତୋଲ ଆସନରୁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି । ଆସନ୍ତା ନଭେମ୍ବର ୩ରେ ଏହି ୨ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ ।

ତିର୍ତୋଲରୁ ବିଜେଡି ପକ୍ଷରୁ ଘୋଷଣା ହୋଇଥିବା ପ୍ରାର୍ଥୀ ପୂର୍ବତନ ମନ୍ତ୍ରୀ ବିଷ୍ଣୁଦାସଙ୍କ ପୁଅ ବିଜୟ ଶଙ୍କର ଦାସ । ସେହିପରି ବାଲେଶ୍ୱର ସଦର ଆସନରୁ ଉପନିର୍ବାଚନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀ ସ୍ୱରୁପ ଦାସ , ପୂର୍ବରୁ ସେ ବାଲେଶ୍ୱରର କାଉନସିଲର ଭାବେ କାର୍ଯ୍ୟ କରିଆସିଛନ୍ତି । ସେ ଜଣେ ଟାଣୁଆ ନେତା ଭାବେ ପରିଚିତ ।

ଗତକାଲି ବିଜେପି ପକ୍ଷରୁ ଉଭୟ ଆସନା ପାଇଁ ପ୍ରାର୍ଥ ଘୋଷଣା କରାଯାଇଛି । ବାଲେଶ୍ୱର ସଦରରୁ ମାନସ ଦତ୍ତ ଓ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି ବିଜେପି । ଆଜି ତିର୍ତ୍ତୋଲ ଆସନରୁ ଘୋଷଣା ହୋଇଥିବା ବିଜେପି ପ୍ରାର୍ଥୀ ରାଜକିଶୋର ବେହେରା ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରଥମେ ବିଜେପି ଓ ପରେ ବିଜେଡି ନିଜ ନିଜର ପ୍ରାର୍ଥୀ ଘୋଷଣା କରିଛନ୍ତି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କଂଗ୍ରେସ ଦଳ କୌଣସି ବି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ ।

ସେହିପରି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି । ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି ।

ସୂଚନାଯୋଗ୍ୟ ଯେ, ତିର୍ତୋଲରୁ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦର ଆସନରୁ ମଦନ ମୋହନ ଦତ୍ତଙ୍କ ପରଲୋକ ହୋଇଥିଲା । ସେବେଠାରୁ ଉଭୟ ଆସନ ଖାଲିଥିଲା । ଗତକିଛି ଦିନ ତଳେ ନିର୍ବାଚନ କମିଶନଙ୍କ ଅନୁଯାୟୀ ଆସନ୍ତା ୩ ତାରିଖରେ ଉଭୟ ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ ।

   Related Posts