Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ବିଜେଡିର ବରିଷ୍ଠ ନେତା ସୁବାସ ଚୌହ୍ବାନଙ୍କ ଦେହାନ୍ତ

10/05/2020 at 7:12 AM

ଭୁବନେଶ୍ବର ୧୦।୫: ବିଜୁ ଜନତା ଦଳର ବରିଷ୍ଠ ନେତା ସୁବାସ ଚୌହ୍ବାନଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା । ଲିଭର କ୍ୟାନସରରେ ପୀଡିତ ଥିଲେ ସୁବାସ ଚୌହାନ । ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ମଧ୍ୟ ଥିଲେ ସୁବାସ ଚୌହ୍ବାନ । 

ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ ସୁବାସ ଚୌହ୍ବାନ । ୨୦୧୪ରେ ବରଗଡରୁ ବିଜେପି ପକ୍ଷରୁ ଲୋକସଭା ପ୍ରାର୍ଥୀ ହୋଇ ନିର୍ବାଚନ ଲଢିଥିଲେ । କିନ୍ତୁ ଚଳିତ ଥର ଦଳୀୟ ଟିକେଟ୍‌ ପାଇବାରୁ ସେ ବଞ୍ଚିତ ହୋଇଥିଲେ । ଯାହା ଫଳରେ ବିଜେପି ସହ ଥିବା ୩୦ବର୍ଷର ସଂପର୍କ ତୁଟାଇ ସେ ଦଳ ଛାଡି ବିଜେଡିରେ ଯୋଗ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ୧୯୬୬ ମସିହାରେ ବରଗଡରେ ଜନ୍ମଗ୍ରହଣ କରିଥିଲେ ସୁବାସ ଚୌହାନ ।

   Related Posts