ପଦ୍ମ ଧରିଲେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

Published By : Prameya-News7 Bureau | March 21, 2019 IST

ଭୁବନେଶ୍ବର ୨୧|୩ : ବିଜେପିରେ ମିଶିଲେ ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଲେ ରିଷଭ । ରିଷଭ ବେଗୁନିଆ ନିର୍ବାଚନମଣ୍ଡଳୀରୁ ଲଢିବା ପାଇଁ ଆଶାୟୀ ଅଛନ୍ତି ।

ଅନ୍ୟପଟେ କଂଗ୍ରେସ ନେତା ଲକ୍ଷ୍ମୀଧର ସାହୁ ମଧ୍ୟ ମିଶ୍ରଣ ପର୍ବରେ ବିଜେପିରେ ଯୋଗ ଦେଇଛନ୍ତି । ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଓ କାମାକ୍ଷାନଗରର ବହୁ କର୍ମୀ ମଧ୍ୟ ବିଜେପି ଦଳରେ ସାମିଲ ହୋଇଛନ୍ତି ।

ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓ, ଅପରାଜିତା ଷଡଙ୍ଗୀ, ଗୋଲକ ମହାପାତ୍ର, ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.