Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ସିବିଆଇର ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠାଇଲା ବିଜେଡି

4/02/2019 at 12:50 PM

ଭୁବନେଶ୍ବର ୪|୨: ପଶ୍ଚିମବଙ୍ଗରେ ସିବିଆଇ-ପୋଲିସ ବିବାଦ ପ୍ରସଙ୍ଗରେ ସିବିଆଇର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇଲା ବିଜେଡି । ପ୍ରତିକ୍ରିୟା ରଖିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର । ଆଭ୍ୟନ୍ତରୀଣ କନ୍ଦଳ ସତ୍ତ୍ବେ ଅନୁଷ୍ଠାନ ସ୍ବଚ୍ଛତା ବଜାୟ ରହିବା ଜରୁରୀ । ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ପରିପକ୍ବ ହାସଲ କରିସାରିଲାଣି । ପ୍ରତ୍ୟେକ ପ୍ରସଙ୍ଗରେ ସ୍ବଚ୍ଛତା ରହିବା ଆବଶ୍ୟକ । ପୂର୍ବରୁ ସିବିଆଇର କାର୍ଯ୍ୟ ଶୈଳୀ ନେଇ ଅନେକ ଥର ପ୍ରଶ୍ନ ଉଠିଛି । ପଞ୍ଚାୟତ ନିର୍ବାଚନ ପୂର୍ବରୁ ହଠାତ୍ ସିବିଆଇ ସକ୍ରିୟ ହୋଇଥିଲା ।

ନିକଟରେ ଓଡିଶାର ଦୁଇ ଜଣ ବିଜେଡି ନେତାଙ୍କୁ ସିବିଆଇ ନୋଟିସ୍ କରିଛି । ବିଜେପିର ଦୁଇ ଜଣ ନେତାଙ୍କୁ ମଧ୍ୟ ନୋଟିସ୍ କରିଛି ସିବିଆଇ । ଓଡିଶାରେ ଏକ ପ୍ରକାର ସିବିଆଇ ବନାମ ପୋଲିସ ଘଟଣା ମଧ୍ୟ ଦେଖିବାକୁ ମିଳିଥିଲା।

ରୋଜ୍ ଭ୍ୟାଲି ଓ ସାରଦା ଚିଟଫଣ୍ଡ ସ୍କାମ୍ ମାମଲା ନେଇ ସିବିଆଇ ଓ କୋଲକାତା ପୋଲିସ ମୁହାଁମୁହିଁ ହୋଇଥିଲେ । କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ସିବିଆଇ ଟିମ୍ ପଚରାଉଚରା କରିବାକୁ ଯିବାକୁ ନେଇ କୋଲକାତାରୁ ଆରମ୍ଭ କରି ସାରା ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିଲା । ରାଜୀବ କୁମାରଙ୍କୁ ପଚରାଉଚରା କରିବାକୁ ଯାଇଥିବା ସିବିଆଇର ୫ ଜଣ ଅଧିକାରୀଙ୍କୁ ଅଟକ ରଖିଥିଲା କୋଲକାତା ପୋଲିସ। ତେବେ ପରେ ପୋଲିସ ସେମାନଙ୍କୁ ଛାଡିଦେଇଛି । କୋଲକାତା ପୋଲିସ କମିଶନରଙ୍କ ଉପରେ ସିବିଆଇ ରେଡ୍ କୁ ବିରୋଧ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଖାସଳଖ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍  କରିଛନ୍ତି । ଏହା ଗଣତନ୍ତ୍ର ଉପରେ ଆକ୍ରମଣ ଏବଂ ଦେଶର ସମ୍ବିଧାନ ତଥା ସଂଘୀୟ ବ୍ୟବସ୍ଥା ଉପରେ ଆକ୍ରମଣ ବୋଲି ମମତା ବାନାର୍ଜୀ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଇଶାରାରେ ସିବିଆଇ କାମ କରୁଛି ବୋଲି ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଗଣତନ୍ତ୍ର ବଞ୍ଚାଅ ନାରା ଦେଇ  ସତ୍ୟାଗ୍ରହରେ ବସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। କେନ୍ଦ୍ରସରକାରଙ୍କ ବିରୋଧରେ ଏହି ଧାରଣା ଜାରି ରହିବ ବୋଲି କହିଛନ୍ତି ମମତା।

   Related Posts