କୋଇଲା ରୟାଲିଟି ନିୟମ ସଂଶୋଧନ କାହିଁକି ହୋଇନି ବୋଲି ପ୍ରଶ୍ନ କଲେ ନବୀନ

Published By : Prameya-News7 Bureau | April 20, 2019 IST

ତାଳଚେର ୨୦|୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମାରାଥନ ପ୍ରଚାର କରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ଅନୁଗୋଳରେ ତାଳଚେରରେ ପ୍ରଚାର କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ତାଳଚେର ଘଂଟପଡାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ବିଜେପିକୁ ଟାର୍ଗେଟ୍ କରିଛନ୍ତି ନବୀନ । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜେପି ଛାନିଆ ହୋଇଗଲାଣି । ସେଥିପାଇଁ ବିଜେପି ନେତାମାନେ ଇଭିଏମ୍ ଭାଙ୍ଗିବା ଆରମ୍ଭ କରିଦେଇଛନ୍ତି । ଆଇନକୁ ସମ୍ମାନ ଦେଇ ଜାଣିନାହାନ୍ତି ବୋଲି କହିଛନ୍ତି ନବୀନ ।

{"id":105245}

ନିର୍ବାଚନୀ ସଭାରେ ପୁଣି କେନ୍ଦ୍ର ଉପରେ ବର୍ଷିଛନ୍ତି ନବୀନ । ୫ ମିନିଟର କାମ ୫ ବର୍ଷରେ ହୋଇ ପାରିଲା ନାହିଁ । କୋଇଲା ରୟାଲିଟି ନିୟମ ସଂଶୋଧନ କାହିଁକି ହୋଇନି ବୋଲି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ ନବୀନ । କୋଇଲା ରୟାଲିଟିରୁ କେନ୍ଦ୍ର ଅଧିକ ଲାଭବାନ ହେବାସହ ହଜାର ହଜାର କୋଟି ଟଙ୍କା ପାଉଛି । ହେଲେ କେହିବି ସ୍ଥାନୀୟ ଅଂଚଳର ବିକାଶ ପ୍ରତି ଯତ୍ନଶୀଳ ନୁହଁନ୍ତି । ଓଡ଼ିଶା ଭାଗ୍ୟରେ କେବଳ ଧୂଳି ଓ ପ୍ରଦୂଷଣ ଲେଖାହୋଇଛି ।

{"id":105246}

ପୁଣି କାଳିଆ କଥା ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । କିନ୍ତୁ କେନ୍ଦ୍ରର ବିଜେପି ସରକାର କାଳିଆ ଯୋଜନାକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର ଚଳାଇଛି । ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି କହିଛନ୍ତି ନବୀନ । ବିଜୁ ଜନତା ଦଳ ସରକାର ଗଠନ କରିବାର ପ୍ରଥମ ଦିନରେ କାଳିଆ ଯୋଜନାର ୨ କିସ୍ତି ଟଙ୍କା ମିଳିବ । ବିଜୁ ଜନତା ଦଳ ମହିଳାମାନଙ୍କୁ ହକ୍ ଦେଇଛି । କେନ୍ଦ୍ରର ଯୋଜନା ତୁଳନାରେ ରାଜ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନେ ଦୁଇଗୁଣ ଟଙ୍କା ପାଉଛନ୍ତି । ମହିଳାମାନେ ହିଁ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍ ବୋଲି ଦୋହରାଇଛନ୍ତି ନବୀନ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.