Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

20/03/2019 at 10:57 AM

ବ୍ରହ୍ମପୁର ୨୦|୩ : ବ୍ରହ୍ମପୁର ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରିରର୍ଣ୍ଣିଂ ଅଫିସର ତଥା ଛତ୍ରପୁର ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ । ବିଜେଡିର ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ନବୀନ । ନାମାଙ୍କନ ଦାଖଲ ସମୟରେ ବିଜେଡିର ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ । ଲୋକସଭା ପ୍ରାର୍ଥୀ ପ୍ରମିଳା ବିଶୋୟୀ ମଧ୍ୟ ଉପସ୍ଥିତ ଥିଲେ । ଗଞ୍ଜାମ ଜିଲ୍ଲାରେ ପହଞ୍ଚିବା ପରେ ଆରାଧ୍ୟ ଦେବୀ ମା’ ତାରାତାରିଣୀ ମନ୍ଦିରକୁ ଯାଇ ମାଙ୍କୁ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ତାପରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି । ନବୀନଙ୍କ ଗସ୍ତ ନେଇ ନେତା ଓ କର୍ମୀ ଉତ୍ସାହିତ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ସେହିପରି ବିଜେପୁର ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୫ ତାରିଖ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିବାର ସମ୍ଭାବନା ରହିଛି । ସେହିଦିନ ପଦ୍ମପୁର ଟିକେଟ ପାଇଥିବା ବିଜୟ ରଞ୍ଜନ ସିଂ ବରିହା ମଧ୍ୟ ନାମାଙ୍କନ ଦାଖଲ କରିବେ । ଦ୍ବିତୀୟ ପର୍ଯ୍ୟାୟ ନର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେବା ପରେ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

   Related Posts