Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଗଞ୍ଜାମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ; ଦାଖଲ କରିବେ ନାମାଙ୍କନ ପତ୍ର

20/03/2019 at 10:27 AM

ବ୍ରହ୍ମପୁର ୨୦|୩ : ଗଞ୍ଜାମରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଞ୍ଜାମ ଜିଲ୍ଲାର ଆରାଧ୍ୟ ଦେବୀ ମା’ ତାରାତାରିଣୀ ମନ୍ଦିରକୁ ଯାଇ ମାଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବ୍ରହ୍ମପୁର ହିଞ୍ଜିଳି ବିଧାନସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରିରର୍ଣ୍ଣିଂ ଅଫିସର ତଥା ଛତ୍ରପୁର ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ । ନବୀନଙ୍କ ଗସ୍ତ ନେଇ ନେତା ଓ କର୍ମୀ ଉତ୍ସାହିତ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ସେହିପରି ବିଜେପୁର ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୫ ତାରିଖ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିବାର ସମ୍ଭାବନା ରହିଛି । ସେହିଦିନ ପଦ୍ମପୁର ଟିକେଟ ପାଇଥିବା ବିଜୟ ରଞ୍ଜନ ସିଂ ବରିହା ମଧ୍ୟ ନାମାଙ୍କନ ଦାଖଲ କରିବେ । ଦ୍ବିତୀୟ ପର୍ଯ୍ୟାୟ ନର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେବା ପରେ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

   Related Posts