Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆଜି ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

20/03/2019 at 8:24 AM

ବ୍ରହ୍ମପୁର ୨୦|୩ : ବ୍ରହ୍ମପୁର ହିଞ୍ଜିଳି ବିଧାନସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ରିରର୍ଣ୍ଣିଂ ଅଫିସର ତତା ଛତ୍ରପୁର ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ । ନବୀନଙ୍କ ଗସ୍ତ ନେଇ ନେତା ଓ କର୍ମୀ ଉତ୍ସାହିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ସକାଳେ ୯ଟା ୧୫ମିନିଟ୍ ରେ ହେଲିକାପ୍ଟର ଯୋଗେ ଅବତରଣ କରିବେ ନବୀନ ପଟ୍ଟନାୟକ । ପ୍ରଥମେ ଗଞ୍ଜାମ ଜିଲ୍ଲାର ଆରାଧ୍ୟ ଦେବୀ ମା’ ତାରାତାରିଣୀ ମନ୍ଦିରକୁ ଯାଇ ମାଙ୍କୁ ଦର୍ଶନ କରିବେ । ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥୀପତ୍ର ଦାଖଲ କରିବେ । ଏହାପରେ ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ସେହିପରି ବିଜେପୁର ବିଧାନସଭା ଆସନ ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୫ ତାରିଖ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିବାର ସମ୍ଭାବନା ରହିଛି । ସେହିଦିନ ପଦ୍ମପୁର ଟିକେଟ ପାଇଥିବା  ବିଜୟ ରଞ୍ଜନ ସିଂ ବରିହା ମଧ୍ୟ ନାମାଙ୍କନ ଦାଖଲ କରିବେ । ଦ୍ବିତୀୟ ପର୍ଯ୍ୟାୟ ନର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହେବା ପରେ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

   Related Posts