Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବଜେଟ ଅଧିବେଶନ: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ପ୍ରତ୍ୟାଖାନ କରିବ ନାହିଁ ବିଜେଡି

28/01/2021 at 8:35 PM

ଭୁବନେଶ୍ବର ୨୮/୦୧: ସଂସଦ ବଜେଟ ଅଧିବେଶନ ସମୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାଗ ନେବ ବିଜୁ ଜନତା ଦଳ (ବିଜେଡି)। ଉଭୟ ଗୃହରେ ରାଜ୍ୟ ପ୍ରସଙ୍ଗ ଉଠାଇବେ ଦଳର ସଦସ୍ୟ । ଏନେଇ ବିଜେଡି ରାଜ୍ୟସଭା ସାଂସଦ ତଥା ମୁଖ୍ୟ ସଚେତକ ଡକ୍ଟର ସସ୍ମିତ ପାତ୍ର କହିଛନ୍ତି । ଆସନ୍ତାକାଲିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବା ବେଳେ ବିଜେଡି ତାର ଆଭିମୁଖ୍ୟ ସ୍ପଷ୍ଟ କରିଛି।

ଆସନ୍ତାକାଲିଠୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ। ସଂସଦ ବଜେଟ ଅଧିବେଶନ ସମୟରେ ବିରୋଧୀ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କରିବେ। ବିରୋଧୀ ଦଳ କହିଛନ୍ତି ଯେ ଯେଉଁଭଳି ଭାବେ ଗତ ଅଧିବେଶନରେ ୩ଟି କୃଷି ଆଇନକୁ ପାରିତ କରାଯାଇଥିଲା, ସେହି ଆଇନ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି।

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବିରୋଧ କରୁଥିବା ଦଳଗୁଡିକ ହେଲା କଂଗ୍ରେସ, ଏନସିପି, ଜେକେଏନସି, ଡିଏମକେ, ଏଆଇଟିସି, ଶିବସେନା, ସମାଜବାଦୀ ପାର୍ଟି, ଆରଜେଡି, ସିପିଆଇଏମଏଲ, ସିପିଆଇ, ଆଇୟୁଏମଏଲ, ଆରଏସପି, ପିଡିପି, ଏମଡିଏମକେ, କେରଳ କଂଗ୍ରେସ ଓ AIUDF ।

   Related Posts