Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଆଉ କିଛି ସମୟ ପରେ ଘୋଷଣା ହେବ ବିଜେଡିର ପ୍ରାର୍ଥୀ ତାଲିକା

24/03/2019 at 6:34 PM

ଭୁବନେଶ୍ବର ୨୪|୩ : ଚଳିତ ନିର୍ବାଚନ ଲାଗି ଆଉ କିଛି ସମୟ ପରେ ବିଜେଡିର ୨ୟ ପ୍ରାର୍ଥୀ ତାଲିକା ଘୋଷଣା ହେବ । ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିବେ ପ୍ରାର୍ଥୀ ତାଲିକା ।  ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଘୋଷଣା ହୋଇନଥିବା ୯ଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ । ତୃତୀୟ ଓ ୪ର୍ଥ ପର୍ଯ୍ୟାୟ ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରନ୍ତି ନବୀନ ।

ଆଜି ସକାଳେ ଖୁବ୍ ଶୀଘ୍ର ବିଜେଡ଼ିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ସୂଚନା ଦେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ପୂର୍ବରୁ ୯ଟି ଲୋକସଭା ଏବଂ ୫୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି ବିଜେଡି। ପ୍ରଥମ ପର୍ଯ୍ୟାୟ ଓ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ହେଉଥିବା ୬୩ଟି ବିଧାନସଭା ଆସନରୁ ୫୪ଟି ଆସନପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି ଦଳ। ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆହୁରି ୯ଟି ଆସନ ବାକି ରହିଛି। ତେବେ ୯ଟି ଆସନ ସମେତ ଅନ୍ୟ ଆସନ ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଆଜି ଘୋଷଣା ହେବ ।

ସେହିଭଳି ବର୍ତ୍ତମାନ ସୁଦ୍ଧା ବିଜେଡ଼ି ମାତ୍ର ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଆଜି ଅବଶିଷ୍ଟ ୧୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇପାରେ । ତେଣୁ ହାତରେ ଆଉ ସମୟ ନଥିବାରୁ ଆଜି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି କୁହାଯାଉଛି।

   Related Posts