Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ସଙ୍ଗୀନ ହେଉଛି କରୋନା ସ୍ଥିତି: ପିପିଲିରେ ରାଲି କରିବନି ବିଜେଡି, ବଡ ନିଷ୍ପତ୍ତି ନେଲେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ

19/04/2021 at 4:43 PM

ଭୁବନେଶ୍ଵର/ପିପିଲି ୧୯।୦୪:  ରାଜ୍ୟରେ ମହାମାରୀ କରୋନାର ପ୍ରକୋପ ବଢିବାରେ ଲାଗିଛି। ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଯାଇଛି। ବଢୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଶାସକ ବିଜୁ ଜନତା ଦଳ(ବିଜେଡି) ଏବେ ପିପିଲି ଉପ ନିର୍ବାଚନରେ ରାଲି କିମ୍ବା ସାଧାରଣସଭା କରିବନି। ଭୋଟ୍ ପାଇଁ ଲୋକଙ୍କ  ଜୀବନକୁ ବିପଦରେ ପକାଯିବନି। ପିପିଲି ଉପ ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ରାଲି କି ସଭା କରାଯିବନି ବୋଲି ଟ୍ଵିଟ୍ କରି ସୂଚନା ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଓଡିଶାରେ ୪୪୪୫ ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହ ଚାରି ଜଣଙ୍କ ପ୍ରାଣହାନୀ ଘଟିଛି। ଅନ୍ୟପଟେ ପିପିଲି ଉପ ନିର୍ବାଚନ ପାଇଁ ମେ ୧୩ରେ ମତଦାନ ହେବାକୁ ଯାଉଛି। କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ଆୟୋଗ ସାନି ମତଦାନ ଘୋଷଣା କରିଛନ୍ତି। ପ୍ରଥମେ ଭୋଟ୍ ଗ୍ରହଣ ଏପ୍ରିଲ ୧୭ରେ ହେବାର ଥିଲା। ଏହାର ତିନି ଦିନ ପୂର୍ବରୁ ଅର୍ଥାତ ଏପ୍ରିଲ ୧୪ରେ ଅଜିତ୍‌ ମଙ୍ଗରାଜଙ୍କ କରୋନାରେ ପ୍ରାଣହାନୀ ଘଟିଥିଲା।

ବହୁ ଚର୍ଚ୍ଚିତ ପିପିଲି ଉପ ନିର୍ବାଚନରେ ଶାସକ ବିଜୁ ଜନତା ଦଳ ପକ୍ଷରୁ ଦିବଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ରପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିଜେପି ପକ୍ଷରୁ ମଇଦାନରେ ଅଛନ୍ତି ଆଶ୍ରିତ ପଟ୍ଟନାୟକ। ଏବେ କଂଗ୍ରେସକୁ ନୂତନ ପ୍ରାର୍ଥୀ ଦେବାକୁ ପଡିବ। ଅଜିଙ୍କ ପତ୍ନୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ଜୋର ଧରିଛି। ସହାନୁଭୂତି ଭୋଟ୍ ସାଉଁଟିବା ଉଦ୍ଦେଶ୍ୟରେ କଂଗ୍ରେସ ଅଜିତ୍‌ଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କରିପାରେ ବୋଲି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କହିଥିଲେ।

ସୂଚନାଯୋଗ୍ୟ, ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts