Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଆଉ କିଛି ସମୟ ମଧ୍ୟରେ ପ୍ରକାଶ ପାଇବ ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

18/03/2019 at 12:57 PM

ଭୁବନେଶ୍ବର ୧୮|୩ : ଖୁବ୍ ଶୀଘ୍ର ପ୍ରକାଶ ପାଇବ ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଆଜି ସନ୍ଧ୍ୟା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

ତେବେ ନବୀନ ନିବାସରେ ଆଜି ମଧ୍ୟ ନେତା ଓ କର୍ମୀଙ୍କ ଭିଡ ଦେଖିବାକୁ ମିଳିଛି । ଆଜି ନବୀନଙ୍କ ନିକଟରେ ଟିକଟ ପାଇଁ ଲବି କରୁଛନ୍ତି ନେତାଏ । ବିଭିନ୍ନ ଅଞ୍ଚଳର ନେତା ଓ କର୍ମୀଙ୍କୁ ଏକୁଟିଆ ଭେଟୁଛନ୍ତି ବିଜେଡି ସୁପ୍ରିମୋ । ନବୀନ ନିବାସରେ ନେତା ଓ କର୍ମୀଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା ଚାଲିଛି । କାହାକୁ ଟିକଟ ଦେଲେ ଭଲ ହେବ ସେନେଇ ମତାମତ ନେଉଛନ୍ତି ନବୀନ ।

ତେବେ କେଉଁଠୁ କାହାକୁ ଟିକଟ ମିଳିବ ସେନେଇ ଏକ ପ୍ରକାର ଚୂଡାନ୍ତ ସରିଥିବା ବେଳେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ତାହା ସ୍ପଷ୍ଟ ହୋଇପାରିବ ।

   Related Posts