ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ, ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର

NEWS7
bjd-won-pipili-by-election

ଭୁବନେଶ୍ବର ୫।୩: ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଗୁରୁବାର ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି ।

ଏ ଖବର ବି ପଢ଼ନ୍ତୁ:-ଥରେ ହ୍ବିପ୍ ଜାରି ହେବା ପରେ କୌଣସି ବିଧାୟକ କ୍ରସ୍ ଭୋଟ୍ କରିପାରିବେ ନାହିଁ

ସୂଚନାଯୋଗ୍ୟ ଯେ, ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗତ ୩ ତାରିଖ ସନ୍ଧ୍ୟାରେ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିଥିଲେ । ଫଳରେ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ତାଙ୍କୁ ପ୍ରଥମେ ଏମ୍‌ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାରମ୍ଭିକ ଚିକିତ୍ସା ପରେ ତାଙ୍କୁ ଅଧିକ ନିରୀକ୍ଷଣ ପାଇଁ କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ (ସିଟିଭି) ଆଇସିୟୁରେ ରଖାଯାଇଥିଲା । ଏମ୍‌ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ । ତେବେ ରାଜସ୍ବ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି ।