Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଦର ଦାମ୍ ବୃଦ୍ଧି ପ୍ରତିବାଦ, ଆଠଗଡ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ବିଜେଡି କର୍ମୀ

1/11/2021 at 3:30 PM

ଆଠଗଡ ୧।୧୧: ଗ୍ୟାସ୍ ଓ ତୈଳ ବଜାର ଦର ଦାମ୍ ବୃଦ୍ଧି ପ୍ରତିବାଦରେ ଆଠଗଡ ବିଜୁ ମହିଳା ଜନତା ଦଳ ପକ୍ଷରୁ ବିକ୍ଷୋଭ ।  ଆଠଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ହଜାର ହଜାର ମହିଳା ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଫିସ ଘେରାଓ କରିଛନ୍ତି । ଆଠଗଡ ବ୍ଲକର ତିନୋଟି ଜୋନ ଏବଂ ତିଗିରିଆ ବ୍ଲକର ଦୁଇଟି ଜୋନ ସହ ଆଠଗଡ ଏନଏସି ଅଞ୍ଚଳର ହଜାର ହଜାର ମହିଳା ବିରାଟ ରାଲି କରି ଆଠଗଡ଼ ସହର ପରିକ୍ରମା କରିଥିଲେ ।

ଏହା ସହିତ କେନ୍ଦ୍ର ସରକାରଙ୍କ ଦରଦାମ୍ ବୃଦ୍ଧିକୁ ବିରୋଧ ସହିତ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।  ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ଏନେଇ କୌଣସି ପଦକ୍ଷେପ ଗ୍ରହଣ ନକରନ୍ତି ତେବେ ଆଗାମୀ ଦିନରେ ରାଜ୍ୟ ବିଜୁ ମହିଳା ଜନତା ଦଳର ହଜାର ହଜାର ମହିଳା ଦିଲ୍ଲୀ ଦରବାରରେ ନିଜର ଶକ୍ତି ପଦର୍ଶନ କରିବ ବୋଲି ଚେତବନୀ ଦିଆଯାଇଛି ।

   Related Posts