Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ସମ୍ବିତ ରାଉତଙ୍କ ପ୍ରାର୍ଥୀତ୍ବକୁ ବିରୋଧ କରି ନବୀନ ନିବାସ ଆଗରେ କର୍ମୀଙ୍କ ବିକ୍ଷୋଭ

30/03/2019 at 5:23 PM

ଭୁବନେଶ୍ବର ୩୦|୩: ଜମୁଛି ବିଜେଡି ଟିକେଟ୍ ବଣ୍ଟା ରାଜନୀତି । ନବୀନ ନିବାସ ଭିତର ଓ ବାହାରର ଭିନ୍ନ ଭିନ୍ନ ଚିତ୍ର ରାଜ୍ୟ ରାଜନୀତିକୁ ରୋଚକ କରିଛି । ଆଜି ବି ଦଳର କିଛି ଆଶାୟୀ ନବୀନ ନିବାସ ବାହାରେ ନିଜ ନେତାଙ୍କ ସପକ୍ଷରେ ପ୍ରଦର୍ଶନ କରିଛନ୍ତି । ଟିକେଟ୍ ନେଇଥିବା ପ୍ରାର୍ଥିଙ୍କୁ ବିରୋଧ କରି ରାଲି ବି ବାହାରିଛି ।ନବୀନ ନିବାସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ପାରାଦୀପ ଅଞ୍ଚଳର ବିଜେଡି କର୍ମୀ । ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତଙ୍କ ପ୍ରାର୍ଥୀତ୍ବକୁ ବିରୋଧ କରିଛନ୍ତି କର୍ମୀ । ତୁରନ୍ତ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି ବିଜେଡି କର୍ମୀ । ନିଷ୍ପତ୍ତି ପ୍ରତ୍ୟାହାର କରାନଗଲେ ବିଜେଡିରୁ ସମୂହ ଇସ୍ତଫା ଦେବାକୁ ଚେତାବନୀ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ବରିଷ୍ଠ ବିଜେପି ନେତା ଦାମୋଦର ରାଉତ ଏରସମା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ହୋଇଛନ୍ତି । ସେହିପରି ତାଙ୍କ ପୁଅ ସମ୍ବିତ ରାଉତ ପାରାଦୀପ ବିଧାନସଭା ଆସନରୁ ବିଜେଡି ଦଳରୁ ପ୍ରାର୍ଥୀ ହୋଇଛନ୍ତି । ଯାହାକୁ ନେଇ ପାରାଦୀପର କର୍ମୀମାନେ ବିରୋଧ କରୁଛନ୍ତି । ସମ୍ବିତଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାନଗଲେ କର୍ମୀମାନେ ସମୂହ ଇସ୍ତଫା ଦେବେ ବୋଲି ଚେତାବନୀ ଦେଇଛନ୍ତି ।

   Related Posts