Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଦିଲ୍ଲୀରେ ବିଜେଡିର ବିଶାଳ କୃଷକ ଅଧିକାର ସମାବେଶ ; ରାଷ୍ଟ୍ରପତିଙ୍କୁ ଭେଟି ସ୍ମାରକପତ୍ର ଦେବେ ନବୀନ

8/01/2019 at 12:51 PM

ନୂଆଦିଲ୍ଲୀ ୮|୧:  ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିରେ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ପ୍ରତିବାଦରେ ଆଜି ଦିଲ୍ଲୀରେ ବିଶାଳ କୃଷକ ଅଧିକାର ସମାବେଶ କରିଛି ବିଜେଡି। ଚାଷୀଙ୍କ ହକ୍ ପାଇଁ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେଡି । ଦିଲ୍ଲୀର ତାଲକୋଟରା ଷ୍ଟାଡିୟମ ଆୟୋଜିତ ହୋଇଛି କୃଷକ ଅଧିକାର ସମାବେଶ । ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଦିଆଯାଇ ସମାବେଶକୁ ଉଦଘାଟନ କରାଯାଇଛି। ସମାବେଶରେ ହଜାର ହଜାର ବିଜେଡି ସମର୍ଥକ, ଦଳୀୟ କର୍ମୀ, ବିଧାୟକ, ସାଂସଦ ଓ ସଙ୍ଗଠନ ଦାୟିତ୍ବରେ ଥିବା ଅଧିକାରୀମାନେ ଯୋଗଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ସମାବେଶରେ ଯୋଗଦେଇଛନ୍ତି । କୃଷକଙ୍କ ହକ୍ ପାଇଁ କରାଯାଉଥିବା ଏହି ପ୍ରତିବାଦର ନେତୃତ୍ବ ନେଇଛନ୍ତି ନିଜେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବିଜେଡି ଅଭିଯୋଗ କରିଛି ଯେ, ୨୦୧୪ ନିର୍ବାଚନ ବେଳେ ବିଜେପି ନିଜ ମେନିଫେଷ୍ଟୋରେ ଏମଏସପି ବୃଦ୍ଧି ନେଇ ପ୍ରତିଶ୍ରୁତି ଦେଇଥିଲା । ମାତ୍ର ତାହା ପୁରଣ ହେଲାନି । ୨୯ଶହ ଟଙ୍କା ଏମଏସପି କରିବା ପାଇଁ ଓଡ଼ିଶାର ପ୍ରସ୍ତାବକୁ କେନ୍ଦ୍ର ଗ୍ରହଣ କରୁନଥିବାରୁ ଏହାର ପ୍ରତିବାଦ କରାଯାଉଛି । ଏହାସହ ରାଷ୍ଟ୍ରପତିଙ୍କୁ ଭେଟି ସ୍ମାରକ ପତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ଧାରଣା ଦେବା ପାଇଁ ଗତ ୫ ତାରିଖରୁ  ଏକ ସ୍ବତନ୍ତ୍ର ଟ୍ରେନରେ ବିଜେଡ଼ି ନେତା ଓ କର୍ମୀ  ଦିଲ୍ଲୀ ଯାଇଛନ୍ତି ।

   Related Posts