Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କେନ୍ଦ୍ରୀୟ ବିଦ୍ୟାଳୟ ଉଦ୍‌ଘାଟନ ସମାରୋହକୁ ବିଜେଡିର ବର୍ଜନ, ସାମ୍ବାଦିକ ସମ୍ମିଳନୀରେ ଦଳ କଲା ନିନ୍ଦା

8/10/2020 at 1:43 PM

ରାଇରଙ୍ଗପୁର ୦୮।୧୦: ରାଇରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟ ଉଦ୍‌ଘାଟନ ସମାରୋହକୁ ବିଜେଡିର ବର୍ଜନ । ସମାରୋହକୁ ରାଜସ୍ୱ ମନ୍ତ୍ରୀ ଓ ରାଜ୍ୟସଭା ସାଂସଦ ମମତା ମହାନ୍ତଙ୍କୁ ଉପେକ୍ଷାକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି ।

ରାଇରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟ ଅବସ୍ଥାପିତ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ସତ୍ତ୍ୱେ ଜିଲ୍ଲାର ରାଜସ୍ୱ ମନ୍ତ୍ରୀ ଓ ରାଜ୍ୟସଭା ସାଂସଦଙ୍କୁ ନିମନ୍ତ୍ରଣ ନଦେବାକୁ ମୟୁରଭଂଜ ଯୁବ ବିଜେଡି ସଭାପତି ଅଭିଷେକ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । କେନ୍ଦ୍ରର ବିଜେପି ସରକାର ହୀନ ରାଜନୀତି କରି ମୟୁରଭଂଜର ବିକାଶରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ଆସିଛି ।

ଏହାକୁ ପ୍ରତିବାଦ କରି ଉଦ୍‌ଘାଟନୀ ସମାରୋହରେ ରାଜ୍ୟସଭା ସାଂସଦ ସହ ବିଜେଡି ଜନପ୍ରତିନିଧି ଓ କର୍ମୀ ମାନେ ଅନୁପସ୍ଥିତି ରହିଥିଲେ । ସାମ୍ବାଦିକ ସମ୍ମିଳନୀରେ ଯୁବ ବିଜେଡ଼ି ସଭାପତିଙ୍କ ସମେତ ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଁସଦା, ରତିକାନ୍ତ ପରୀକ୍ଷା, ତଥା ବିଭିନ୍ନ ବ୍ଲକର ଅଧ୍ୟକ୍ଷ ଓ କର୍ମୀମାନେ ଉପସ୍ଥିତ ଥିଲେ।

   Related Posts