Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମମିତା ମେହେର ହତ୍ୟାକାଣ୍ଡ ମାମଲା : ଭଦ୍ରକରେ ବିଜେପିର ୬ ଘଣ୍ଟିଆ ବନ୍ଦ ପାଳନ, ଚକ-ଅଖ ସବୁ ଠପ୍

30/10/2021 at 7:20 AM

ଭଦ୍ରକ, ୩୦|୧୦: ୬ ଘଣ୍ଟିଆ ଭଦ୍ରକ ବନ୍ଦ । ଅଖ, ଚକ ବନ୍ଦ ଘୋଷଣା କରିଛି ଭଦ୍ରକ ଜିଲ୍ଲା ବିଜେପି। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଗିରଫ ସହ ବହିଷ୍କାର ଦାବି ନେଇ ବିଜେପି ବନ୍ଦ ଡାକରା ଦେଇଛି ।

ତେବେ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ବିଜେପି ବାରମ୍ବାର ଅଭିଯୋଗ ଆଣିଛି । ସକାଳ ୬ରୁ ଦିନ ୧୨ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ବନ୍ଦ ପାଳନ କରୁଛି ବିଜେପି । ଜିଲ୍ଲାର ସମସ୍ତ ବ୍ଲକରେ ସ୍କୁଲ, କଲେଜ, ଦୋକାନ ବଜାର ସହ ସରକାରୀ ଅଫିସ ବନ୍ଦ ରହିଛି ।

ବନ୍ଦ ପୂର୍ବରୁ ଭଦ୍ରକ ସହରରେ ବିଜେପି ଯୁବମୋର୍ଚ୍ଚା ଶୋଭାଯାତ୍ର କରିଛି । ଦଳର ଏହି ବନ୍ଦ ଡାକରାକୁ ସହଯୋଗ ପାଇଁ ନିବେଦନ କରିଛି ବିଜେପି । ତେବେ ମମିତା ମେହେର ହତ୍ୟାକାଣ୍ଡ ପରଠୁ ବିଜେପି ପ୍ରତିବାଦ କରି ଆସୁଛି । ମହିଳା ମୋର୍ଚ୍ଚା ସହରରେ ବିକ୍ଷୋଭ କରିବା ସହ ଯୁବମୋର୍ଚ୍ଚା ମଧ୍ୟ ପୂର୍ବରୁ ବିକ୍ଷୋଭ ଓ ପ୍ରତିବାଦ କରିଥିଲା ।

   Related Posts