Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ନାମାଙ୍କନ ଶେଷ ଦିନରେ ବିଜେପୁରରେ ଶକ୍ତି ପ୍ରଦର୍ଶନ : ନେତା-ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଲେ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ

30/09/2019 at 3:31 PM

ବରଗଡ଼ ୩୦/୯:  ଆଜି ବିଜେପୁର ଉପନିର୍ବାଚନ ଲାଗି ନାମାଙ୍କନର ଶେଷ ଦିନ । ଶେଷ ଦିନରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ପ୍ରଥମେ ନାମାଙ୍କନ ଦାଖଲ କରିଥିଲେ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା । ଦଳୀୟ ନେତା, କର୍ମୀ ଓ ସମର୍ଥକଙ୍କ ଗହଣରେ ପଟୁଆରେ ଆସି ଉପଜିଲ୍ଲାପାଳଙ୍କ ନିକଟରେ ନାମାଖନ ଭରିଥିଲେ ।  ସାଙ୍ଗରେ ଥିଲେ କଂଗ୍ରେସ ନେତା ପ୍ରଦୀପ ମାଝୀ । କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ୩ ସେଟ୍ ନାମାଙ୍କନ ଭରିଛନ୍ତି ।

ଏହାପରେ ଥାଟ ପଟୁଆର ସହ ନାମାଙ୍କନ ଭରିବାକୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ । ସାଙ୍ଗରେ ଥିଲେ ବିଜେଡିର ବହୁ ହେଭିଓ୍ବେଟ । ମନ୍ତ୍ରୀ ନବ ଦାସ, ଟୁକୁନି ସାହୁ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ପ୍ରଫୁଲ୍ଲ ମଲ୍ଲିକ, ସ୍ନେହାଙ୍ଗିନୀ ଛୁରିଆ, ସଞ୍ଜୟ ଦାସବର୍ମା, ରସେଶ୍ବରୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ । ରୀତା ୪ ସେଟ୍ ନାମାଙ୍କନ ଭରିଛନ୍ତି ।

ରୀତାଙ୍କ ପରେ ନାମାଙ୍କନ ଭରିବାକୁ ପହଞ୍ଚିଥିଲେ ବିଜେପି ପ୍ରାର୍ଥୀ ସନତ ଗଡତିଆ । ସାଙ୍ଗରେ ଥିଲେ ଦଳର ବହୁ ହେଭିଓ୍ବେଟ୍ ।  ଆସନ୍ତା ୨୧ ତାରିଖରେ ବିଜେପୁର ଉପ-ନିର୍ବାଚନ ପାଇଁ ପଡ଼ିବ ଭୋଟ୍  । ମତଦାନର ୩ ଦିନ ପରେ ଅର୍ଥାତ୍ ୨୪ ତାରିଖରେ ଭୋଟ୍ ଗଣତି ହେବ । ବିଜେପୁରରେ ହାଇଭୋଲଟେଜ ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତି ଚଳାଇଛନ୍ତି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନ ଛାଡିବାର ସେଠାରେ ଉପ ନିର୍ବାଚନ ହେବାକୁ ଯାଉଛି । ଦେଢ଼ ବର୍ଷ ଭିତରେ ବିଜେପୁରରେ ୩ ଥର ନିର୍ବାଚନ ହୋଇସାରିଲାଣି । ଏଥର ନିର୍ବାଚନୀ ମଇଦାନରେ କିଏ ବାଜି ମାରିବ । ତାହା ବିଜେପୁର ଭୋଟରଙ୍କ ଉପରେ ନିର୍ଭର କରୁଛି ।    

   Related Posts