ପଞ୍ଚାୟତ ନିର୍ବାଚନ : ଇସ୍ତାହାର ଜାରି କଲା ରାଜ୍ୟ ବିଜେପି, ମହିଳା ସଶକ୍ତୀକରଣ ଉପରେ ଗୁରୁତ୍ୱ

Published By : Prameya-News7 Bureau | January 27, 2022 IST

ଭୁବନେଶ୍ୱର ୨୭।୦୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ବିଜେପି ଜାରି କଲା ଇସ୍ତାହାର ଓ ଅଭିଯୋଗ ପତ୍ର । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ କରାଯାଇଛି ।

ରାଜ୍ୟ ବିଜେପିର ଘୋଷଣା ଅନୁଯାୟୀ, ପଞ୍ଚାୟତରେ ଗ୍ରାମସଭା, ପଲ୍ଲୀସଭା କରାଯିବ । ମୋଦି ସରକାର ପଠାଉଥିବା ଟଙ୍କାର ଜଗୁଆଳି ହେବ ବିଜେପି । ପଞ୍ଚାୟତ ସ୍ତରରେ ଵ୍ୟାପକ ଅର୍ଥ ଲୁଟ ହେଉଛି । ବିଜେଡି ନେତା ଲୁଟ କରୁଛନ୍ତି । ବିକାଶ ନାମରେ ଠିକାଦାର ସାଜି ଅର୍ଥ ଲୁଟ କରୁଛନ୍ତି । ତେଣୁ ତାକୁ ବିଜେପି ଆଉ ହେବାକୁ ଦେବନି । ମଣ୍ଡି ବ୍ୟବସ୍ଥାକୁ ସୁଦୁଢ କରାଯିବ, ମହିଳା ଶସକ୍ତିକରଣ କରାଯିବ,  ପ୍ରତ୍ୟେକ ପଞ୍ଚାୟତରେ ମହିଳାଙ୍କ ଦ୍ୱାରା ଉତ୍ପାଦିତ ହେଉଥିବା ଜିନିଷକୁ ବଜାରରେ ବିକ୍ରି କରାଯିବ ।  ଷ୍ଟ୍ରିଟ ଲାଇଟ, ବର୍ଜ୍ୟ ବସ୍ତୁ ପରିଚାଲନା ଉପରେ ନିର୍ବାଚନୀ ଇସ୍ତାହାରରେ ବିଜେପି ଜୋର ଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.