ମମିତା ମେହେର ହତ୍ୟା ପ୍ରତିବାଦରେ ବିଜେପି ପକ୍ଷରୁ ଏସ୍‌ପି ଅଫିସ୍ ଘେରାଉ, ଆନ୍ଦୋଳନକାରୀ ଓ ପୋଲିସ ଧସ୍ତାଧସ୍ତି

Published By : Prameya-News7 Bureau | October 27, 2021 IST

ଜଗତସିଂହପୁର ୨୭।୧୦: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ପ୍ରତିବାଦରେ ଜଗତସିଂହପୁର ଜିଲ୍ଲା ବିଜେପି ପକ୍ଷରୁ ଏସପି ଅଫିସ୍ ଘେରାଉ କରାଯାଇଛି । ଶତାଧିକ ବିଜେପି ନେତା ଓ କର୍ମୀମାନେ ସ୍ଥାନୀୟ ଶାରଦା ମଣ୍ଡପ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ପରେ ଏସପି ଅଫିସ୍ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

{"id":534076,"width":755,"height":415,"sizeSlug":"full","linkDestination":"none"}

ବିକ୍ଷୋଭ ବେଳେ ଆନ୍ଦୋଳନକାରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ବ୍ୟାରିକେଟ୍ ଭାଙ୍ଗି ଶତାଧିକ ବିଜେପି କର୍ମୀ ଏସପି ଅଫିସ୍ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ଏହି ଘଟଣାରେ ପୋଲିସ ୧୫ରୁ ଉର୍ଦ୍ଧ୍ବ ବିଜେପି କର୍ମୀଙ୍କୁ ଗିରଫ କରିଛି ।  ଘଟଣାସ୍ଥଳରେ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.