Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ପରଲୋକ

24/08/2019 at 12:12 PM

ନୂଆଦିଲ୍ଲୀ ୨୪|୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ପରଲୋକ ହୋଇଛି । ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଆବସ୍ଥାରେ ଆଜି ୧୨ଟା ୭ମିନିଟ୍ ରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା । ଗତ ୯ତାରିଖରୁ ସେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ । ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇଥିଲା । ତାପରେ ଲାଇଫ୍ ସପୋର୍ଟ ସିଷ୍ଟମରେ ରଖାଯାଇଥିଲା । ୯ ତାରିଖ ପରଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ବିଜେପିର ବହୁ ବରିଷ୍ଠ ନେତା ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମ୍ସ ଯାଇ ବରାବର ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଆସୁଥିଲେ । ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ପରଲୋକର ଦୁଃଖ ନଲିଭୁଣୁ ପୁଣି ଜଣେ ବରିଷ୍ଠ ନେତାଙ୍କ ପରଲୋକରେ ବିଜେପି ମ୍ରିୟମାଣ ହୋଇଛି ।

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ୧୯୫୨ ମସିହା ଡିସେମ୍ବର ୨୮ ତାରିଖରେ ଦିଲ୍ଲୀଠାରେ ଜନ୍ମ ଗ୍ରହଣ କରିଥିଲେ । ଉଚ୍ଚଶିକ୍ଷିତ ଜେଟଲୀ ରାଜନୀତି ଓ ଆଇନଜୀବୀକା ଏକା ସମୟରେ ଆରମ୍ଭ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ସହଯୋଗୀ ସ୍ବର୍ଗତ ଜେଟଲୀ ଗୁଜୁରାଟରେ ମୋଦିଙ୍କୁ ଦୁଇ ଦୁଇ ଥର ମୁଖ୍ୟମନ୍ତ୍ରୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

ସୂଚନାଯୋଗ୍ୟ ଯେ, ଜୈଟଲୀ ଦୀର୍ଘ ସମୟରୁ ପୀଡିତ ଥିଲେ। ବୃକ ସମ୍ବଦ୍ଧିତ ଗୁରୁତର ରୋଗରେ ଜୈଟଲୀ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର କିଡନୀ ଟ୍ରାନ୍ସପ୍ଲାଣ୍ଟ ଅପରେସନ ମଧ୍ୟ ହୋଇଥିଲା। ଏହା ଛଡା ସେ କର୍କଟ ରୋଗରେ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡିଛି। ତାଙ୍କ ବାମ ଗୋଡରେ କର୍କଟ (ସଫ୍ଟ ଟିସ୍ୟୁ) ଥିବା ଜଣାପଡିଥିଲା। ଗତ ଜାନୁୟାରୀମାସରେ ଏହାର ଅସ୍ତ୍ରୋପଚାର ନିମନ୍ତେ ସେ ଆମେରିକା ଯାଇଥିଲେ। ଏହା ପୂର୍ବରୁ ଡାୟବେଟିଜ୍ ମ୍ୟାନେଜ କରିବା ଲାଗି ୨୦୧୪ ମସିହାରେ ସେ ଗ୍ୟାଷ୍ଟ୍ରିକ ବାଇପାସ ସର୍ଜରୀ ବି କରିଥିଲେ।  

   Related Posts