Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

5/07/2020 at 9:58 PM

ବ୍ରଜରାଜନଗର, ୦୫|୦୭:   ବରିଷ୍ଠ ବିଜେପି ନେତ୍ରୀ ତଥା ବ୍ରଜରାଜନଗର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଅସୁସ୍ଥ ହୋଇ ପଡ଼ିଛନ୍ତି। ଶନିବାର ରାତିରେ ତାଙ୍କୁ ବରଗଡ଼ ସ୍ଥିତ ଏକ ଘରୋଇ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି। ରାଧାରାଣୀ ଦୀର୍ଘ ଦିନରୁ ଡ଼ାଇବେଟିସ୍‍ ଓ ଶ୍ୱାସ ଜନିତ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ଥ ରହି ଚିକିତ୍ସିତ ହୋଇ ଆସୁଥିଲେ। କିନ୍ତୁ ସ୍ୱାସ୍ଥ୍ୟବସ୍ଥା ଦିନକୁ ଦିନ ଜଟିଲ ହେବାରୁ ଶନିବାର ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଥିଲା।

ପ୍ରାଥମିକ ଚିକିତ୍ସାରୁ ତାଙ୍କ ଫୁସଫୁସ୍‍ରେ ପାଣି ଭର୍ତି ହୋଇଯାଇଥିବା ସହିତ ହୃତପିଣ୍ଡର ଗତି କମ ହୋଇଥିବା ଡ଼ାକ୍ତର ଜାଣିବାକୁ ପାଇଥିଲେ। ରାଧାରାଣୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଆଡ଼କୁ ଗତି କରିବାରୁ ଆଇସିୟୁରେ ଭର୍ତି କରାଯାଇ ଭେଂଟିଲେଟରରେ ରଖାଯାଇଥିଲା। ହେଲେ ରବିବାର ତାଙ୍କ ସ୍ୱାସ୍ଥବସ୍ଥା ସ୍ଥିର ରହିଥିବା ରାଧାରାଣୀ ପଣ୍ଡାଙ୍କ ସ୍ୱାମୀ ସୁଧାଂଶୁ ପୁରୋହିତ ସୂଚନା ପ୍ରଦାନ କରିଛନ୍ତି।

ଅପରପକ୍ଷେ ରାଧାରାଣୀଙ୍କ ଅସୁସ୍ଥତା ଖବର ପାଇବା ପରେ ବ୍ରଜରାଜନଗରର ଜନ ସାଧାରଣ, ତାଙ୍କ ଦଳୀୟ ସମର୍ଥକ ଏବଂ କର୍ମକର୍ତ୍ତା ଆଶୁ ଆରେଗ୍ୟ କାମନା କରିଛନ୍ତି। ରାଧାରାଣୀ ପଣ୍ଡା ୨୦୧୪ ନିର୍ବାଚନରେ ବ୍ରଜରାଜନଗର ଆସନରୁ ବିଜେପି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ଗତ ୨୦୧୯ ନିର୍ବାଚନରେ ପରାଜୟ ବରଣ କରିଥିଲେ। ରାଧାରାଣୀ ପଣ୍ଡା ବିଜେପି ଜିଲା ସଭାନେତ୍ରୀ ସହିତ ଦଳୀୟ ସଂଗଠନର ଅନେକ ଗୁରୁତ୍ୱପୁର୍ଣ ପଦ ପଦବୀରେ ରହି ବିଜେପିକୁ ମଜବୁତ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଛି।

   Related Posts