Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଚପଲ ଫିଙ୍ଗି ସସପେଣ୍ଡ୍ ଘଟଣା : ରାତି ସାରା ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଲେ ବିଜେପି ବିଧାୟକ, ଆଜି ରାଜ୍ୟପାଳଙ୍କୁ ଭେଟିବେ

4/04/2021 at 7:35 AM

ଭୁବନେଶ୍ୱର, ୦୪|୦୪ :  ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି ତଳେ ସାରା ରାତି ଧାରଣା ଦେଲେ ବିଜେପି ବିଧାୟକ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅନୁରୋଧ ସତ୍ତ୍ୱେ ସେମାନେ ଧାରଣାରୁ ହଟି ନାହାନ୍ତି । ଆଜି ସାମ୍ବାଦିକ ସମ୍ମିଳନୀ କରିବେ ଏବଂ ଏହାସହ ସୋମବାର ରାଜ୍ୟପାଳଙ୍କୁ ଭେଟି ଅଭିଯୋଗ ଜଣାଇବେ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଛନ୍ତି ।

ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗା ଘଟଣାରେ ୩ ବିଜେପି ବିଧାୟକଙ୍କୁ ସସପେଣ୍ଡ କରିଥିଲେ ବାଚସ୍ପତି । ତେବେ ଗତକାଲି ବିଧାନସଭା ସରିଥିବାରୁ ଧାରଣାରତ ବିଜେପି ବିଧାୟକଙ୍କ ପାଖକୁ ଯାଇ ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ ନିଜେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବିଧାନସଭା ସରିବା ସହ ୩ ବିଧାୟକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶର ଅବଧି ମଧ୍ୟ ସରିଯାଇଛି । ତେଣୁ ସେମାନେ ଆଉ ଧାରଣା ଦେବାର କୌଣସି କାରଣ ନାହିଁ ବୋଲି କହିଥିଲେ । ତେବେ ବାଚସ୍ପତିଙ୍କ ଅନୁରୋଧ ପରେ ମଧ୍ୟ ବିଜେପି ବିଧାୟକମାନେ ଧାରଣାରେ ବସି ରହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଲକ୍ଷ୍ୟ କରି ଚପଲ ଫିଙ୍ଗିଥିଲେ ବିଜେପି ସଦସ୍ୟ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିଷ୍ଣୁ ସେଠୀ ଚପଲ ଫିଙ୍ଗିଥିବା ଜଣାପଡିଥିଲା । କେବଳ ସେତିକି ନୁହେଁ ବିଜେପି ବିଧାୟକ ମୋହନ ମାଝୀ ମଧ୍ୟ ବାଚସ୍ପତିଙ୍କୁ ଲକ୍ଷ୍ୟ କରି ପୋଡିୟମ୍ ଉପରକୁ ଇୟରଫୋନ୍ ଓ କାଗଜ ଫିଙ୍ଗିଥିବା ଦେଖିବାକୁ ମିଳିଥିଲା ।

   Related Posts