Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ

17/06/2020 at 10:06 AM

ଭୁବନେଶ୍ୱର ୧୭।୦୬: ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମଦନ ମୋହନ ଦତ୍ତଙ୍କ ପରଲୋକ ଘଟିଛି । ମଦନ ମୋହନଙ୍କ ମୃତ୍ୟୁ ନେଇ ରେମୁଣାର ପୂର୍ବତନ ବିଧାୟକ ଗୋବିନ୍ଦ ଦାସ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକିଛି ଦିନ ହେଲା ତାଙ୍କର ସ୍ୱାସ୍ଥ୍ୟବସ୍ଥା ଠିକ୍‌ ନଥିଲା । ସେଥିଲାଗି ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ବେଳକୁ ମଦମୋହନଙ୍କ ୬୩ବର୍ଷ ବୟସ ହୋଇଥିଲା । ୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଦଳ ପକ୍ଷରୁ ଟିକେଟ୍‌ ପାଇ ବିଧାୟକ ହୋଇଥିଲା । ବାଲେଶ୍ୱର ସଦରରୁ ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲା । ଚଳିତ ନିର୍ବାଚନରେ କଡା ଟକ୍କରରେ ବିଜୟୀ ହୋଇଥିଲେ ମଦନମୋହନ ଦତ୍ତ । ପୂର୍ବରୁ ବାଲେଶ୍ୱର ଜିଲ୍ଲାର ଜିଲ୍ଲାସଭାପତି ଭାବେ କାର୍ଯ୍ୟ କରିଆସିଥିଲେ ମଦନମୋହନ ଦତ୍ତ ।

   Related Posts