Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଜ୍ୟରେ ସାର ଅଭାବ ପ୍ରସଙ୍ଗ ଉଠାଇଲେ ବିଜେଡି ବିଧାୟକ, ଗାନ୍ଧୀ ମୂର୍ତ୍ତି ତଳେ ଦେଲେ ଧାରଣା

9/09/2021 at 12:08 PM

ଭୁବନେଶ୍ବର ୯।୯: ରାଜ୍ୟରେ ସାର ଅଭାବ ନେଇ ବିଜେଡି ବିଧାୟକଙ୍କ ଧାରଣା । ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଲେ ବିଜେଡି ବିଧାୟକ । ଫସଲ ବୀମାରେ ଚାଷୀ ଲାଭ ପାଉ, ଏମ୍‌ଏସ୍‌ପି ବୃଦ୍ଧି କରାଯାଉ, ସ୍ବାମୀନାଥନ ରିପୋର୍ଟ ଲାଗୁ କରାଯାଉ ବୋଲି ବିଜେଡି ଦାବି କରିଛି । କେନ୍ଦ୍ର ସରକାର-ତମ କମ୍ପାନୀ ପୋଷିବା ବନ୍ଦ ହେଉ ବୋଲି ବିଜେଡି ନାରାବାଜି କରିଛି ।

ସେପଟେ ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ବି ଚାଲି ପାରିନି ପ୍ରଶ୍ନକାଳ । ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟ ଭାଗକୁ ଆସି ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ଗୃହକୁ ଦିନ ୧୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଖଣି ଦୁର୍ନୀତି ପ୍ରସଙ୍ଗରେ ଆସିଥିଲା ମୁଲତବୀ ପ୍ରସ୍ତାବ । ପୁର୍ନବାର ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ସମାନ ପ୍ରସଙ୍ଗ ନେଇ ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ ସଦସ୍ୟ । ଫଳରେ ପୁର୍ନବାର ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

   Related Posts