Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧: କୋଲକାତା ନାଇଟ ରାଇଡର୍ସ ସାମ୍ନାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଆତ୍ମ ସମର୍ପଣ
  • ||
  • ଅଖାଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ନିଧନ, ଫାଶିରେ ଝୁଲୁଥିବା ଅବସ୍ଥାରେ ମିଳିଲା ମୃତଶରୀର
  • ||
  • ନୀଳଗିିରି : ଶିଶୁକନ୍ୟା ଓ ବାପାଙ୍କୁ ହାଣିବା ଅଭିଯୋଗରେ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ହେଲେ ଅଭିଯୁକ୍ତ
  • ||
  • ପୁରୀ : ଭାର୍ଗବୀ ନଦୀରେ ଗାଧୋଇବା ବେଳେ ଭାସିଯାଇ ବୃଦ୍ଧଙ୍କ ମୃତ୍ୟୁ
  • ||
  • ପୁରୀ : ୧୫ବର୍ଷ ପରେ ଚୂଡାନ୍ତ ରାୟ : ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡାଦେଶ
  • ||
  • ଭୁବନେଶ୍ବର : ବିଜେଡିର ମାରାଥନ୍ ମିଶ୍ରଣ ପର୍ବ, ଶଙ୍ଖ ଧରିଲେ ରାୟଗଡା ଜିଲ୍ଲାର ଅନେକ ବରିଷ୍ଠ କଂଗ୍ରେସ ଓ ବିଜେପି ନେତା
  • ||
  • ରାୟଗଡା : ଦେବଦୂତ ସାଜିଲେ ୧୦୮ ଆମୁଲାନ୍ସ କର୍ମଚାରୀ, ପାହାଡିଆ ରାସ୍ତାରେ ଗର୍ଭବତୀ ମହିଳାଙ୍କୁ ବୋହିଲେ ଷ୍ଟ୍ରେଚରରେ
  • ||
  • ଭୁବନେଶ୍ବର : ଗୁମର ଖୋଲିଲେ କି ବିଦ୍ୟାଭାରତୀ ? ଲାଏ ଡିଟେକ୍ସନ ଟେଷ୍ଟରେ ପ୍ରାୟ ୪ ଘଣ୍ଟାରେ ପଚରାଗଲା ୧୦୦ ପ୍ରଶ୍ନ
  • ||
  • କଣ୍ଟାବାଞ୍ଜି : ପାରିବାରିକ କଳହରୁ ସଂଘବଦ୍ଧ ଆକ୍ରମଣ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ନିମାପଡା : ପିପିଲି ଉପନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ନେଇ ବିଏସଏଫର ଫ୍ଲାଗ୍ ମାର୍ଚ୍ଚ
  • ||

ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ; ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା ପ୍ରତିବାଦରେ ବିଜେପିର ବନ୍ଦ ପାଳନ

12/02/2019 at 11:26 AM

ଢେଙ୍କାନାଳ ୧୨|୨:  ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ । ସହରରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ପ୍ରତିବାଦରେ ବିଜେପି ଆନ୍ଦୋଳନକୁ ଓହ୍ଲାଇଛି । ଢେଙ୍କାନାଳରେ କୋଟି କୋଟି ଟଙ୍କାର ସରକାରୀ ଅର୍ଥ ବ୍ୟୟ କରାଯାଇ ଅତ୍ୟାଧୁନିକ ନୂତନ ଡାକ୍ତରଖାନା ନିର୍ମାଣ କରାଯାଇଥିଲେ ମଧ୍ୟ ଡାକ୍ତର ଅଭାବ ଦେଖାଦେଇଛି । ଯାହାଫଳରେ ରୋଗୀ ସେବାରେ ବାଧା ଉପୁଜୁଛି । ଏପରିକି ପୁରୁଣା ଡାକ୍ତରଖାନା ଭୂତ କୋଠି ହୋଇଯାଇଥିବାରୁ ସେଠାରେ ସିଟି ହସ୍ପିଟାଲ କାର୍ଯ୍ୟକାରୀ କରିବାକୁ ବହୁ ଦିନରୁ ଦାବି ହୋଇ ଆସୁଛି । ତେଣୁ  ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବାକୁ ଦାବି କରି ବନ୍ଦା ପାଳନ ଚାଲିଛି । ସହରରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ।

ବିଭିନ୍ନ ସ୍ଥାନରେ ପିକେଟିଂ କରୁଛନ୍ତି ଆନ୍ଦୋଳନକାରୀ । ଏପରିକି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦେଇଛନ୍ତି  ଆନ୍ଦୋଳନକାରୀ ।  ସ୍କୁଲ କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଦୋକାନ ବଜାର ଓ ଗାଡି ଚଳାଚଳ ବନ୍ଦ ରହିଛି । ଆନ୍ଦୋଳନକାରୀ ମାନେ ରାସ୍ତା ଅବରୋଧ କରିଥିବା ମଧ୍ୟ ଦେଖିବାକୁ ମିଳିଛି ।

   Related Posts