ଏପ୍ରିଲ ୧ରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ବିଜୟ ସଂକଳ୍ପ ସମାବେଶରେ ଦେବେ ଯୋଗ
30/03/2019 at 12:44 PM

Image Courtesy : Davanagere: BJP National President Amit Shah looks on during a statewide door-to-door campaign 'Mushti Dhanya Sangrah Abhiyana', ahead of Karnataka Assembly Elections at Doddabathi village in Davanagere on Tuesday. PTI Photo (PTI3_27_2018_000144B)
ଭୁବନେଶ୍ବର ୩୦|୩ : ଏପ୍ରିଲ ୧ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା । ଅମିତ ଶାହା ଏପ୍ରିଲ ୧ ତାରିଖ ଦିନ ଦୁଇଟି ନିର୍ବାଚନୀ ସଭାରେ ଯୋଗ ଦେବେ । ଶାହା ସକାଳ ୧୧ଟାରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କାଶିନଗର ବ୍ଲକ୍ ସିଧାବଡଙ୍ଗା ପଡିଆରେ ପହଂଚି ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ସେହିପରି ଅପରାହ୍ନ ୧ ଟାରେ ନବରଙ୍ଗପୁର ଜିଲ୍ଲା ଉମରକୋଟଠାରେ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଂଚି ବିଜୟ ସଂକଳ୍ପ ସମାବେଶରେ ଉଦବୋଧନ ଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
Related Posts
ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
28 January 2021
ଫାଟିଗଲା ଚକା, ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
28 January 2021