Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆସନ୍ତା ୨୭ରେ ପୁଣି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

26/04/2019 at 10:09 AM

ଭୁବନେଶ୍ବର ୨୬|୪:  ଆସନ୍ତା ଏପ୍ରିଲ ୨୭ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା । ୨୭ ତାରିଖ ଅପରାହ୍ନ ୧୧ଟା ୩୦ମିନିଟ୍ ରେ ମୟୁରଭଂଜ ଜିଲ୍ଲା ମୋରଡାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ଶାହା । ଏହାପରେ ଅପରାହ୍ନ ୧ଟା୧୫ମିନିଟ୍ ରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

   Related Posts