Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପ୍ରଶାସନିକ ଅବହେଳା ଯୋଗୁଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡିଛନ୍ତି ୫୦ପରିବାର, ଜାତୀୟ ଆଦିବାସୀ କମିଶନ ସଦସ୍ୟଙ୍କୁ ଭେଟିଲେ ବିଜେପି ନେତା

15/09/2021 at 2:58 PM

ଭଦ୍ରକ ୧୫।୯: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତର ଗନ୍ଧର୍ବବିନ୍ଧା ଆଦିବାସୀ ସାହିରେ ଦୀର୍ଘ ୫୦ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ବସବାସ କରୁଥିବା ୪୫ଟି ପରିବାର ପ୍ରଶାସନିକ ଅବହେଳା ଯୋଗୁଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡିଛନ୍ତି । ଆର୍ଥିକ ଅନଟନ କାରଣରୁ ଘର ଛୁଆଣୀ କରିପାରୁନଥିବା ଏହି ଆଦିବାସୀ ପରିବାର ପଲିଥିନ୍ ତଳେ ବସବାସ କରୁଥିବା ବେଳେ ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରୁ ବାଦ ଦିଆଯାଇଛି ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀ ନେତା ବଦ୍ରି ନାରାୟଣ ଧଳ ଅଭିଯୋଗ କରିଛନ୍ତି ।

ଗନ୍ଧର୍ବବିନ୍ଧା ଆଦିବାସୀ ସାହିରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଲୋକ ପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ଆଜି ଗରୀବ ଆଦିବାସୀମାନେ କେନ୍ଦ୍ର ସରକାରଙ୍କ ଉଜ୍ଜଳା ଯୋଜନାରେ ଗ୍ୟାସ୍ ସଂଯୋଗ, ସୌଭାଗ୍ୟ ଯୋଜନାରେ ବିଦ୍ୟୁତ ସଂଯୋଗ, ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଗତ ରାସନ କାର୍ଡ, ଭୋଟର ପରିଚୟପତ୍ର ପାଇଥିବା ବେଳେ ଘରଡିହ ପଟା ନଥିବା ଦର୍ଶାଇ ସେମାନଙ୍କୁ ସରକାରୀ ଆବାସ ଯୋଜନାରୁ ବାଦ ଦିଆଯାଇଛି। ସରକାରୀ ଅର୍ଥରେ ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ଓ ନଳକୂପ ଖୋଲାଯାଇଥିବା ବେଳେ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ପ୍ରଶାସନର ଟାଳଟୁଳ ନୀତିକୁ ସମାଲୋଚନା କରାଯାଇଛି।

ସରକାର ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଘରଡିହ ଯୋଗାଉଥିବା ବେଳେ ବନ୍ତ ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ଗରିବ ଆଦିବାସୀ ଏଥିରୁ ବାଦ ପଡ଼ିଛନ୍ତି । ଘରଡିହ ପଟା ନଥିବାରୁ ଏମିତିକି ଛାତ୍ରଛାତ୍ରୀମାନେ ଜାତି ପ୍ରମାଣ ପତ୍ର ବିଦ୍ୟାଳୟରେ ଦାଖଲ ନକରିପାରି ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।  ଏ ସମ୍ପର୍କରେ ଜାତୀୟ ଆଦିବାସୀ କମିଶନଙ୍କୁ ଶ୍ରୀ ଧଳ ଭେଟି ଆଲୋଚନା କରିଥିବା ପ୍ରକାଶ କରିଛନ୍ତି। ଆସନ୍ତା ସପ୍ତାହରେ ନିର୍ବାଚନମଣ୍ଡଳୀର ଭୂମିହୀନଙ୍କୁ ନେଇ ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କୁ ଭେଟିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାପାଳ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ନ କଲେ ଜାତୀୟ ଆଦିବାସୀ କମିଶନଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଶ୍ରୀ ଧଳ କହିଛନ୍ତି ।

   Related Posts