ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି : ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ବିଜେପି ପ୍ରତିବାଦ

Published By : Prameya-News7 Bureau | November 05, 2019 IST

ଭୁବନେଶ୍ବର ୫।୧୧: ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନି । ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ମାମଲାରେ ଆଜି ବିଜେପି ମହିଳା ମୋର୍ଚ୍ଚା ରାଜରାସ୍ତାକୁ ଓହ୍ଲାଇଛି । ଦଳ ୩ ଦଫା ଦାବିରେ ଆଜି ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ପ୍ରତିବାଦ କରିଛି ।

ସ୍ମିତାରାଣୀର ହତ୍ୟା ଘଟଣାର ସିବିଆଇ ତଦନ୍ତ, ଯାଜପୁର ଏସପି ଚରଣ ସିଂହ ମୀନା ଓ ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରାଙ୍କୁ ବହିଷ୍କାର ଏବଂ ମହିଳାଙ୍କ ସୁରକ୍ଷା ନେଇ ଜିରୋ ଟଲେରାନ୍ସ ଗ୍ରହଣ କରିବା ଆଦି ୩ ଦଫା ଦାବି ନେଇ ଆଜି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲପାଳ ଅଫିସ ଆଗରେ ବିକ୍ଷୋଭ କରିଛି ।

ଯାଜପୁର ଜିଲ୍ଲା ହରିଦାସପୁର ପଂଚାୟତ ପିଇଓ ସ୍ମୀତାରାଣୀଙ୍କର ମୃତ୍ୟୁକୁ ଆଜି ୨୦ ଦିନ ବିତିଲାଣି । ବିଜେପି ବରାମ୍ବାର ସ୍ମିତାରାଣୀଙ୍କୁ ନ୍ୟାୟ ହେବା ପାଇଁ ଦାବି କରିଆସୁଥିଲେ ବି ରାଜ୍ୟ ସରକାର ଏବଂ ଜିଲ୍ଲା ପୋଲିସ ପ୍ରଶାସନ ଏପର୍ଯ୍ୟନ୍ତ ଚୁପ୍ ବସିଥିବା ଅଭିଯୋଗ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.