Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମମିତା ମେହର ହତ୍ୟା ଘଟଣା, ବିଜେପି ପକ୍ଷରୁ ମନ୍ତ୍ରୀଙ୍କ ଇସ୍ତଫା ଦାବିନେଇ ଥାନା ଘେରାଉ

6/11/2021 at 9:15 PM

ଖଲ୍ଲିକୋଟ, ୦୬/୧୧: ବହୁ ଚର୍ଚ୍ଚିତ କଳାହାଣ୍ଡି ମହାଲିଙ୍ଗ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ରାଜ୍ୟ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି ନେଇ ଶନିବାର ପ୍ରତିବାଦ କରାଯାଇଛି ।  ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ବିଜେପି ପକ୍ଷରୁ ସ୍ଥାନୀୟ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି । ମହାଲିଙ୍ଗ ସନ୍ ସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହରଙ୍କ ହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଦିନକୁ ଦିନ ତୀବ୍ର ହୋଇ ଆସୁଥିବା ବେଳେ ଆଜି  ବିଜେପି ପକ୍ଷରୁ ଦଳୀୟ ନେତା ଓ କର୍ମୀମାନେ ମମିତା ମେହେରଙ୍କ ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସଂପୃକ୍ତି ନେଇ ଅଭିଯୋଗ କରିବା ସହ ଇସ୍ତଫା ଦାବି କରିଛନ୍ତି।

ସ୍ଥାନୀୟ ବିଜେପି କାର୍ଯ୍ୟାଳୟଠାରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ନେତୃତ୍ଵରେ ଶତାଧିକ ଦଳୀୟ କର୍ମୀମାନେ ଏକ ଶୋଭାଯାତ୍ରା ଛତ୍ରପୁର ସହର ପରିକ୍ରମା କରି ଥାନା ସମ୍ମୁଖରେ ପହଞ୍ଚି ବିକ୍ଷୋଭ କରିବା ସହ ମନ୍ତ୍ରୀଙ୍କ କୁଶ ପୁତଳିକା ଦାହ କରାଯାଇଥିଲା । ପରେ ଥାନା ଅଧିକାରୀଙ୍କୁ ମମିତା ମେହେର ହତ୍ୟାର ନିରପେକ୍ଷ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଏତଲା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଛତ୍ରପୁର ମଣ୍ଡଳ ସଭାପତି ସଂଜିତ କୁମାର ରାଉଳ, ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ପାଢୀ, ମତ୍ସ୍ୟଜିଵୀ ନେତା ଭୀମସେନ ବେହେରା, ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ଜିଲ୍ଲାପରିଷଦ ସଭ୍ୟା ରଶ୍ମିରାଣୀ ମହାପାତ୍ରଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ |

   Related Posts