Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଥମୁନି ମଣ୍ଡି ବିବାଦ, ଉପ-ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିଜେପି ପକ୍ଷରୁ ବିକ୍ଷୋଭ

22/02/2021 at 2:32 PM

ଆନନ୍ଦପୁର ୨୨।୦୨: ଥମୁନି ମଣ୍ଡି ବିବାଦ। ଆନନ୍ଦପୁର ଉପଖଣ୍ଡର ସମସ୍ତ ଧାନ ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ବିକ୍ଷୋଭ।  ଆନନ୍ଦପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।   

ଖବର ଅନୁଯାୟୀ, ଟୋକନ ପାଇଥିବା ଚାଷୀ ଧାନ ବିକ୍ରି କରିନପାରୁନାହିଁ । ରାତି ଅନିଦ୍ରା ହୋଇ ଧାନକୁ ଜଗି ରହିଛି । ସେପଟେ ବିନା ପରୀକ୍ଷଣରେ ୫-୧୦ କେଜି ଧାନ କଟାଯାଉଛି । ସମସ୍ତ ମଣ୍ଡିରେ ଚାଷୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନଥିବା, ଚାଷୀଙ୍କ ଧାନ ନକିଣି ଦଲାଲମାନେ ଧାନ କିଣିବା, ଚାଷୀଙ୍କ ବସ୍ତା ନଯୋଗାଇବା ଆଦି ଦାବି ନେଇ ଆନନ୍ଦପୁର ଏବଂ ଘଷିପୁରା ନିର୍ବାଚନ ମଣ୍ଡଳୀ ଚାଷୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ବିକ୍ଷୋଭରେ ରାଷ୍ଟ୍ରୀୟ କୃଷକ ମୋର୍ଚ୍ଚାର ଉପାଧ୍ୟକ୍ଷ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥ୍ୱୀରାଜ କୁଅଁର, ଆଲୋକ ସେଠୀ ସାମିଲ ଥିଲେ । ସେହିପରି ଆନନ୍ଦପୁର, ଘଷିପୁରା ନିର୍ବାଚନ ମଣ୍ଡଳୀର ବହୁ ବିଜେପି ନେତା ଓ କର୍ମୀ ସାମିଲ ହୋଇଥିଲେ ।

   Related Posts