Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ନବୀନ ନିବାସରେ ଧସେଇ ପଶିବାକୁ ବିଜେପି ମହିଳା ମୋର୍ଚ୍ଚା କର୍ମୀଙ୍କ ଉଦ୍ୟମ

1/01/2019 at 12:52 PM

ଭୁବନେଶ୍ବର ୦୧|୦୧: ନବୀନ ନିବାସରେ ଧସେଇ ପଶିବା ପାଇଁ ଉଦ୍ୟମ । ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି ମହିଳା ମୋର୍ଚ୍ଚା । ବିକ୍ଷୋଭ ପ୍ରଦର୍ଶନ ବେଳେ ନବୀନ ନିବାସରେ ପଶିବା ପାଇଁ ବିଜେପି ମହିଳା ମୋର୍ଚ୍ଚାର ଉଦ୍ୟମ । ହାତରେ ଚୁଡ଼ି ଧରି ନବୀନ ନିବାସରେ ଧସେଇ ପଶିବାକୁ ଉଦ୍ୟମ କଲେ କର୍ମୀ । ପୋଲିସ-ମହିଳା କର୍ମୀ ଧସ୍ତାଧସ୍ତି ହୋଇଛନ୍ତି । ମହିଳା କର୍ମୀଙ୍କୁ ଗିରଫ କଲା କମିଶନରେଟ୍‌ ପୋଲିସ । ସିବିଆଇ ତଦନ୍ତ, ମହାରଥୀଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ମହିଳା ମୋର୍ଚ୍ଚା କର୍ମୀ ।

୨୦୧୧ ନଭେମ୍ବର ୨୯ । ପିପିଲି ଥାନା ଅର୍ଜୁନଗୋଦା ଗାଁର ବେବିନା ବେହେରାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯିବା ପରେ ସେ କଟକ ବଡ଼ ମେଡିକାଲରେ ଦୀର୍ଘଦିନ ଧରି କୋମାରେ ପଡ଼ି ଚିକିତ୍ସିତ ହେଉଥିଲେ । ୬ ମାସ ଧରି କଟକ ଏସ୍‌ସିବି ମେଡିକାଲରେ କୋମା ଅବସ୍ଥାରେ ଚିକିତ୍ସିତ ହେବାପରେ ଜୁନ୍‌ ୨୧, ୨୦୧୨ରେ ଆଖିବୁଜିଥିଲେ ୧୯ ବର୍ଷୀୟା ପିପିଲି ଗଣବଳାତ୍କାର ପୀଡ଼ିତା ବେବିନା ବେହେରା । ବେବିନାଙ୍କ ମୃତ୍ୟୁ ଘଟଣା ସାରା ରାଜ୍ୟରେ ସୃଷ୍ଟି କରିଥିଲା ଚହଳ । ପିପିଲି ଥାନାର ତତ୍କାଳୀନ ଆଇଆଇସି ଅମୂଲ୍ୟ ଚମ୍ପତ୍ତିରାୟଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଚାକିରୀରୁ ବହିଷ୍କାର କରାଯାଇଥିଲା । ପିପିଲି ଥାନା ପୋଲିସ ଏହି ଘଟଣାରେ ପ୍ରଥମ ମାମଲା ରୁଜୁ କରିବାକୁ ମନା କରିଦେବା ପରେ ରାଜ୍ୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ ହୋଇଥିଲା । ପରେ ଅବଶ୍ୟ ଅମୂଲ୍ୟ ଚମ୍ପତ୍ତିରାୟ ଏହା ବିରୋଧରେ ସ୍ୟାଟ୍‌ରେ ଆବେଦନ କରିଥିଲେ । ସ୍ୟାଟ୍ ଏବଂ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଅମୂଲ୍ୟ ଚମ୍ପତ୍ତିରାୟଙ୍କୁ ପୁଣିଥରେ ଚାକିରୀରେ ଅବସ୍ଥାପିତ କରାଯାଇଥିଲା ।  ଏହି ମାମଲାର ତଦନ୍ତ ପାଇଁ ଜଷ୍ଟିସ ପିକେ ମହାନ୍ତି କମିଶନ ଗଠନ ହୋଇଥିବା ବେଳେ କମିଶନ ୨୦୧୬ ମାର୍ଚ୍ଚ ୩୦ରେ ୪୦୦ ପୃଷ୍ଠା ବିଶିଷ୍ଟ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ ।  ଏହି ରିପୋର୍ଟର ତଥ୍ୟକୁ ସାର୍ବଜନୀନ କରିବା ପାଇଁ ବିରୋଧୀ ଦଳ ଗୁଡ଼ିକ ପକ୍ଷରୁ ଦାବି କରାଯାଇଥିଲା ।

   Related Posts