Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପିପିଲି ଗଣଦୁଷ୍କର୍ମ ମାମଲାରେ ଜାରି ରହିଛି ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ

2/01/2019 at 1:59 PM

ଭୁବନେଶ୍ବର ୦୨|୦୧: ପିପିଲି ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଖସିବା ଘଟଣାର ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ ଜାରି ରହିଛି । ନବୀନ ନିବାସ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ ପ୍ରଦର୍ଶନ କରିଛି । ବିକ୍ଷୋଭ ପ୍ରଦର୍ଶନ ସହ ନାରାବାଜି କରିଥିଲେ ମହିଳା ମୋର୍ଚ୍ଚା କର୍ମୀ । ଘଟଣାରେ ମନ୍ତ୍ରୀ ପ୍ରଦୀପ ମହାରଥୀ ଇସ୍ତଫା ଦାବି ସହ ମୁଖ୍ୟମନ୍ତ୍ରୀ ଏହାର ଉତ୍ତର ରଖିବାକୁ ଦାବି କରିଛି ମହିଳା ମୋର୍ଚ୍ଚା । ପୋଲିସ କର୍ଡନ ଭାଙ୍ଗି ନବୀନ ନିବାସ ମଧ୍ୟକୁ ଧସେଇ ପସିବାକୁ ଉଦ୍ୟମ ବେଳେ ୩୦ଜଣ କର୍ମୀଙ୍କୁ ଅଟକ ରଖିଛି ପୋଲିସ ।

ବହୁ ଚର୍ଚ୍ଚିତ ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ୨ ଭାଇଙ୍କୁ କୋର୍ଟ ଗତ ୨୪ତାରିଖରେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି । ତେବେ ୨ ଅଭିଯୁକ୍ତ ଭାଇ ନିର୍ଦ୍ଦୋଷରେ ଖଲାସ ହେବା ପରେ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିଲା ବୋଲି ମନ୍ତ୍ରୀ ପ୍ରଦୀପ ମହାରଥୀ କହିଥିଲେ। ତେବେ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ମାମଲାରେ ଦୋଷୀକୁ ପ୍ରଶୟ ଦେବା ନେଇ ମନ୍ତ୍ରୀ ମହାରଥୀଙ୍କ ନାଁରେ ଅଭିଯୋଗ ଥିଲା । ଆଉ କୋର୍ଟଙ୍କ ରାୟ ଆସିବା ପରେ ମହାରଥୀଙ୍କ ବୟାନକୁ ନେଇ ଚର୍ଚ୍ଚା ଚାଲିଥିଲା । ପରେ ମନ୍ତ୍ରୀ ମହାରଥୀ ତାଙ୍କ ମନ୍ତବ୍ୟ ପାଇଁ କ୍ଷମା ମାଗିଥିଲେ ।

୨୦୧୧ ନଭେମ୍ବର ୨୯ । ପିପିଲି ଥାନା ଅର୍ଜୁନଗୋଦା ଗାଁର ବେବିନା ବେହେରାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯିବା ପରେ ସେ କଟକ ବଡ଼ ମେଡିକାଲରେ ଦୀର୍ଘଦିନ ଧରି କୋମାରେ ପଡ଼ି ଚିକିତ୍ସିତ ହେଉଥିଲେ । ୬ ମାସ ଧରି କଟକ ଏସ୍‌ସିବି ମେଡିକାଲରେ କୋମା ଅବସ୍ଥାରେ ଚିକିତ୍ସିତ ହେବାପରେ ଜୁନ୍‌ ୨୧, ୨୦୧୨ରେ ଆଖିବୁଜିଥିଲେ ୧୯ ବର୍ଷୀୟା ପିପିଲି ଗଣବଳାତ୍କାର ପୀଡ଼ିତା ବେବିନା ବେହେରା । ବେବିନାଙ୍କ ମୃତ୍ୟୁ ଘଟଣା ସାରା ରାଜ୍ୟରେ ସୃଷ୍ଟି କରିଥିଲା ଚହଳ । ପିପିଲି ଥାନାର ତତ୍କାଳୀନ ଆଇଆଇସି ଅମୂଲ୍ୟ ଚମ୍ପତ୍ତିରାୟଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଚାକିରୀରୁ ବହିଷ୍କାର କରାଯାଇଥିଲା । ପିପିଲି ଥାନା ପୋଲିସ ଏହି ଘଟଣାରେ ପ୍ରଥମ ମାମଲା ରୁଜୁ କରିବାକୁ ମନା କରିଦେବା ପରେ ରାଜ୍ୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ ହୋଇଥିଲା । ପରେ ଅବଶ୍ୟ ଅମୂଲ୍ୟ ଚମ୍ପତ୍ତିରାୟ ଏହା ବିରୋଧରେ ସ୍ୟାଟ୍‌ରେ ଆବେଦନ କରିଥିଲେ । ସ୍ୟାଟ୍ ଏବଂ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଅମୂଲ୍ୟ ଚମ୍ପତ୍ତିରାୟଙ୍କୁ ପୁଣିଥରେ ଚାକିରୀରେ ଅବସ୍ଥାପିତ କରାଯାଇଥିଲା ।  ଏହି ମାମଲାର ତଦନ୍ତ ପାଇଁ ଜଷ୍ଟିସ ପିକେ ମହାନ୍ତି କମିଶନ ଗଠନ ହୋଇଥିବା ବେଳେ କମିଶନ ୨୦୧୬ ମାର୍ଚ୍ଚ ୩୦ରେ ୪୦୦ ପୃଷ୍ଠା ବିଶିଷ୍ଟ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ ।  ଏହି ରିପୋର୍ଟର ତଥ୍ୟକୁ ସାର୍ବଜନୀନ କରିବା ପାଇଁ ବିରୋଧୀ ଦଳ ଗୁଡ଼ିକ ପକ୍ଷରୁ ଦାବି କରାଯାଇଥିଲା ।

   Related Posts