Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଆହତ

2/07/2020 at 1:05 PM

ଝାରସୁଗୁଡା ୦୨।୦୭: ଝାରସୁଗୁଡା ଜିଲ୍ଲା ଲହଣ୍ଡା ବୁଡ଼ ସ୍ଥିତ TPSL ( ଠାକୁର ପ୍ରସାଦ ସାଓ ଲିଃ)ସ୍ପଞ୍ଜ ଏଣ୍ଡ ରୋଲିଂ କାରଖାନାରେ ଥିବା SMSର ବ୍ଲାଷ୍ଟ ଫରନେସ ଫର୍ନିସ ଲିକ୍‌ ହୋଇ ବିସ୍ଫୋରଣ ହୋଇଛି । ଯାହାଫଳରେ ୭ ଜଣ ଶ୍ରମିକ ଆହତ ହୋଇଥିବା ଜଣାପଡିଛି । ତେବେ ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ରହିଛି । ଦୁର୍ଘଟଣା ଘଟିବା ପରେ କାରଖାନା କର୍ତ୍ତୃପକ୍ଷ ସମସ୍ତଙ୍କୁ ଝାରସୁଗୁଡା ମୁଖ୍ୟ ଡାକ୍ତର ଖାନାରେ ଭର୍ତ୍ତି କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବ୍ଲାଷ୍ଟ ଫରନେସ ରୁ ଉତ୍ତପ୍ତ ତରଳ ଲୁହା ସ୍ଥାନାନ୍ତର ବେଳେ ଫରନେସ ଲିକ ହୋଇ ବିସ୍ଫୋରଣ ଘଟିଥିବାର ସୂଚନା ମିଳିଛି । ଉତ୍ତପ୍ତ ତରଳ ଲୁହା ଦେହରେ ପଡିବାରୁ ସମସ୍ତେ  ଆହତ ହୋଇଛନ୍ତି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କମ୍ପାନୀ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ । ତେବେ ସମସ୍ତ ଆହତଙ୍କ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ସେମାନଙ୍କୁ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ , ତାଙ୍କୁ  ରାଉରକେଲା  IGH ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଣ୍ଣ ୟୁନିଟ ନଥିବାରୁ ସମସ୍ତଙ୍କୁ ସ୍ଥାନାନ୍ତର ପାଇଁ  ଯୋଜନା କରାଯାଉଛି ବୋଲି ସିଡିଏମ୍‌ଓ ସୂଚନା ଦେଇଛନ୍ତି।

   Related Posts