Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||

ଧାମନଗର ବ୍ଲକ୍ ବିଡିଓଙ୍କୁ ଦୁର୍ବ୍ୟବହାର ଘଟଣା : କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

19/10/2019 at 4:45 PM

ଭଣ୍ଡାରିପୋଖରୀ ୧।୧୦: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବିଡିଓ ତଥା ତହସିଲଦାର ଦୁର୍ଗାଚରଣ ମୁର୍ମୁଙ୍କୁ ପୋଲିସ ସମ୍ମୁଖରେ ଦୁର୍ବ୍ୟବହାର ଘଟଣାରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଦିତୀୟ ଦିନରେ ପହଞ୍ଚିଛି । ବ୍ଲକ୍ ଓ ତହସିଲ କର୍ମଚାରୀମାନେ ଅଭିଯୁକ୍ତକୁ ଗିରଫ ସହ ଘଟଣାବେଳେ ଉପସ୍ଥିତ ପୋଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଆନ୍ଦୋଳନରତ କର୍ମଚାରୀଙ୍କ ସହ ଉପରିସ୍ଥ ପ୍ରଶାସନିକ ଅଧିକାରୀଙ୍କର ବୈଠକ ହୋଇଛି । ଧାମନଗର ବ୍ଲକ୍ ଅଧକ୍ଷ୍ୟ ଅଶୋକ ନାୟକ, ଧାମନଗର ଏସଡିପିଓ ମନୋରଞ୍ଜନ ସାମଲ ଓ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି । ସାତ ଦିନ ମଧ୍ୟରେ ବିଡିଓଙ୍କୁ ଦୁର୍ବ୍ୟବହାର ବେଳେ ଉପସ୍ଥିତ ପୋଲିସ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଓ ଅଭିଯୁକ୍ତକୁ ଗିରଫ ପାଇଁ ଏସଡିପିଓଙ୍କ ଉପସ୍ଥିତିରେ  ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ରହିଛି । ସାତ ଦିନ ମଧ୍ୟରେ ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ ଜାରି ରହିବା ବୋଲି କର୍ମଚାରୀମାନେ ସୂଚନା ଦେଇଛନ୍ତି ।   

   Related Posts