ସେବା ସପ୍ତାହ ଅବସରରେ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୪୫ ୟୁନିଟ୍‌ରୁ ଅଧିକ ରକ୍ତ ସଂଗ୍ରହ

Published By : Prameya-News7 Bureau | September 23, 2020 IST

ଭଦ୍ରକ ୨୩।୯: ସେବା ସପ୍ତାହ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲା ବିଜେପି ତରଫରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ବିଜେପି ସେବା ସପ୍ତାହ ପାଳନ କରିଥିଲା । ଏହି ଅବସରରେ ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଛି ।

ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ, ବିଜେପି ନେତା ବଦ୍ରିନାରାୟଣ ଧଳଙ୍କ ସହ ବହୁ ବିଜେପି ନେତା ସାମିଲ ହୋଇଥିଲେ । ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ରେଡକ୍ରସ ଶାଖାର ଡାକ୍ତର ଓ କର୍ମଚାରୀଙ୍କ ଉପସ୍ଥିତିରେ ରକ୍ତ ସଂଗ୍ରହ କରଯାଇଥିଲା । ୪୫ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.