Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଜୁ ଯୁବ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ, ସଂଗ୍ରହ ହେଲା ୫୨ ୟୁନିଟ୍ ରକ୍ତ

17/06/2021 at 11:09 PM

ଭୁବନେଶ୍ୱର, ୧୭/ ୦୬ : ମାନ୍ୟବର ମୂଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ବିଜୁ ଯୁବ ଜନତା ଦଳ ପକ୍ଷରୁ ଆୟୋଜିତ ହୋଇଥିଲା l ଏହି ସ୍ବେଛାକୃତ ରକ୍ତଦାନ ଶିବିରକୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟଙ୍କ ଦ୍ଵାରା ଉଦଘାଟନ ହୋଇଯାଇଛି।

ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟଙ୍କ ତତ୍ତ୍ଵବଧାନରେ ଯୁବ ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଆଶିଷ ରଂଜନ ମିଶ୍ରଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ୫୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା ଏବଂ ଦିବ୍ୟାଙ୍ଗ ବ୍ୟକ୍ତିମାନେ ସ୍ବେଛାକୃତ ଭାବେ ରକ୍ତଦାନ କରି ସମାଜ ସେବାରେ ବ୍ରତି ହେବାର ଏକ ଅଭିନବ ବାର୍ତ୍ତା ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମୋ ପରିବାର ଆବାହକ ଶ୍ରୀ ଅରୁପ ପଟ୍ଟନାୟକ, ମାନ୍ୟବର ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭିନ୍ନକ୍ଷମ ଆୟୋଗ କମିଶନର ସୁଲୋଚନା ଦାସ୍, ଓଡ଼ିଶା ଉଠାଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ, ବିଜେଡି ସମ୍ପାଦକ ଶ୍ରୀ ଦୂର୍ଗା ସାମନ୍ତରାୟ, ଶ୍ରୀ ରୁଦ୍ର ସାମନ୍ତରାୟ, ଯୁଗ୍ମ ସମ୍ପାଦକ ଜ୍ୟୋତି ରଞ୍ଜନ ଜେନା, ତନ୍ମୟ ସ୍ବାଇଁ ପ୍ରମୁଖ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟ ମହାସଚିବ ଏଲିନା ଦାଶ, ବରିଷ୍ଠ ଉପସଭାପତି ଧୃତି ରଞ୍ଜନ ମାର୍ଥା, ଉପସଭାପତି ସୋଫିଆ ଆଲାମ୍, ସୁନିଲ୍ ପଣ୍ଡା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି ଶୁଭ୍ରାଂଶୁ ମିଶ୍ର, କଟକ ଜିଲ୍ଲା ସଭାପତି ସ୍ମୁତି ରଂଜନ ନାୟକ, ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ପଣ୍ଡା, ତାରିଣୀ ନାୟକ,ଅବିନାଶ ପ୍ରଧାନ, ସମ୍ପାଦକ ଲଗ୍ନଦୀପା ମିଶ୍ର, ଯୁଗ୍ମ ସମ୍ପାଦକ ଶିବାନୀ ସାହୁ, ଯୁବନେତା ଉମାକାନ୍ତ ପୃଷ୍ଟି, ନିଳକଣ୍ଠ ଦାସ, ପ୍ରାଣବନ୍ଧୁ ବେହେରା,ମାନସ ତ୍ରିପାଠୀ,କିରଣ ଦାଶ,ମାନସ ଥାଟୋଇ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ।

   Related Posts