ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ

Published By : Prameya-News7 Bureau | May 12, 2021 IST

ଭୁବନେଶ୍ୱର ୧୨।୦୫: ବଦଳିଲେ ବିଏମସି କମିଶନର । ବରିଷ୍ଠ ସଞ୍ଜୟ କୁମାର ସିଂ ହୋଇଛନ୍ତି ଭୁବନେଶ୍ବର ମହାନଗର ନିଗମର ନୂଆ କମିଶନର । ୧୯୯୭ ବ୍ୟାଚ୍ ର ଆଇଏଏସ୍ ଅଫିସର ସଞ୍ଜୟ କୁମାର ସିଂ ଏବେ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ସଚିବ ଅଛନ୍ତି । ସେ ବିଡିଏ ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ତୁଲାଇବେ ।

ସେହିପରି ବର୍ତ୍ତମାନର କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ସାଧାରଣ ପ୍ରଶାସନ ବିଭାଗର OSD ଭାବେ ଦାୟିତ୍ବ ଦିଆଯାଇଛି । ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ବ । ରାଜସ୍ବ ସଚିବ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାରଙ୍କୁ ଇଡ୍ କୋ ସିଏମଡି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.