Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ, ସେପଟେ ଡିସିପି ଅଫିସ୍‌ରେ ଫେରାଦ ହେଲେ କୋଭିଡ୍ ଯୋଦ୍ଧା

10/10/2020 at 11:43 AM

ଭୁବନେଶ୍ବର ୧୦।୧୦: ସିଲ୍ ହେଲା ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ । ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି । କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ ସାଂସଦ ଅପରାଜିତା ଷଡଙ୍ଗୀ । ଜନ୍ମଦିନ ପାଳନ ବେଳେ କୋଭିଡ୍ ନିୟମ ଉଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା ।

ସେପଟେ ସାଂସଦ ଅପରାଜିତାଙ୍କ ନାଁରେ ଅଭିଯୋଗ ହୋଇଛି । ଡିସିପି ଅଫିସରେ ଫେରାଦ ହୋଇଛନ୍ତି କୋଭିଡ୍‌ ଯୋଦ୍ଧା । ମେଡିକାଲ ଷ୍ଟାଫ୍‌, ସଫେଇ କର୍ମଚାରୀ, ଆଶା କର୍ମୀ ଓ କୋଭିଡ୍‌ ସଚେତକମାନେ ଫେରାଦ ହୋଇଛନ୍ତି । ସାଂସଦଙ୍କ ବେପରୁଆ କାର୍ଯ୍ୟ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇଛି । ସାଂସଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

ଅନ୍ୟପଟେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ ଅଭିଯୋଗ ଆଣିଥିଲେ ରାଜ୍ୟ ଗୃହମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର । ନିଜ ଜନ୍ମଦିନ ପାଳନ ସମୟରେ ସାଂସଦ କୋଭିଡ୍ କଟକଣାକୁ ମାନି ନାହାଁନ୍ତି । ଉତ୍ସବରେ ସାମିଲ ଅନେକ ମଧ୍ୟ କୋଭିଡ ନିୟମକୁ ଏଡାଇ ଯାଇଛନ୍ତି । ଏପରିକି ସାଂସଦଙ୍କ ସହ ଥିବା ଅନେକ ମହିଳା ମଧ୍ୟ ମାସ୍କ ପିନ୍ଧିନଥିଲେ । ଦିବ୍ୟଶଙ୍କର ମିଶ୍ର ଏପରି ଅଭିଯୋଗ ରଖି କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ନିତ୍ୟାନନ୍ଦ ରାଏଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଆହୁରି ମଧ୍ୟ ଦର୍ଶାଇଛନ୍ତି ଯେ, ଭୁବନେଶ୍ବର ସାଂସଦ ବାରମ୍ବାର କୋଭିଡ୍ କଟକଣାକୁ ଉଲଂଘନ କରୁଥିବା ବେଳେ ଚେତାବନୀ ପରେ ମଧ୍ୟ ଆଚରଣରେ ପରିବର୍ତ୍ତନ କରିନାହାଁନ୍ତି । ଏହି ଅଭିଯୋଗ ସହ କେନ୍ଦ୍ରମନ୍ତ୍ରୀଙ୍କ ପାଖକୁ ଘଟଣାର ପ୍ରମାଣ ଲାଗି ଭିଡିଓ ମଧ୍ୟ ପଠାଇଥିଲେ ରାଜ୍ୟ ଗୃହମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ।

   Related Posts